୨୪ ଘଣ୍ଟା ପରେ ଶୀତ ଫେରିବ

ଭୁବନେଶ୍ବର: ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବା ଯୋଗୁଁ ଶୀତ କମିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସର୍ବନିମ୍ନ ତାପମାତ୍ରା ଅପରିବର୍ତ୍ତିତ ରହିବ; କିନ୍ତୁ ପରବର୍ତ୍ତୀ ସମୟରେ ରାତି ତାପମାତ୍ରା ପ୍ରାୟ ୩ରୁ ୪ ଡିଗ୍ରୀ ହ୍ରାସ ପାଇବ। ଏହି ସମୟରେ ଶୀତ ଫେରିବ। କିଛି ଅଞ୍ଚଳରେ ଶୀତ ଲହରୀ ଅନୁଭୂତ ହେବ। ସୋମବାରଠାରୁ ଦକ୍ଷିଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ପ୍ରକୋପ ବୃଦ୍ଧି ପାଇବ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୋମବାର, ମଙ୍ଗଳବାର ଓ ବୁଧବାର ଶୀତ ଲହରୀକୁ ଲକ୍ଷ୍ୟ କରି ବିଭିନ୍ନ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସୋମବାର ସକାଳେ ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ ଅଧିକ ଶୀତ ଅନୁଭୂତ ହେବ। ଏଥିପାଇଁ ଉପରୋକ୍ତ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ସମୟରେ ଜିଲାବାସୀ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, କଟକ, ଜଗତସଂିହପୁର, କେନ୍ଦ୍ରାପଡା, ଭଦ୍ରକ, ବୌଦ୍ଧ, ଅନୁଗୋଳ 1ଏବଂ ଢେଙ୍କାନାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡି ଦୃଶ୍ୟମାନ ହେବାର ସମ୍ଭାବନା ରହିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ସବୁଠୁ କମ ଫୁଲବାଣୀରେ ୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ଅନ୍ୟାନ୍ୟ ସ୍ଥାନଗୁଡିକରେ ପାରଦ ୧୦ ଡିଗ୍ରୀ ଉପରେ ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.