ପାଣିପାଗ ବିଭାଗ ଜାରି କଲା ସତର୍କ ସୂଚନା; ୧୫ ଜିଲାକୁ କାଳବୈଶାଖୀ ଡ଼ର

ଭୁବନେଶ୍ୱର : ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ଘଡ଼ଘଡ଼ି ଓ କୁଆପଥର ବର୍ଷା ସମ୍ଭାବନା ରହିଛି । ଏହାସହ ୧୫ଟି ଜିଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ୧୩ଟି ଜିଲାକୁ ୟେଲୋ ଓ୍ବାର୍ଣ୍ଣି ଜାରି କରିଛି । ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲା ଗୁଡିକ ହେଲା – ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର ଓ ବାଲେଶ୍ୱର । ଉକ୍ତ ଜିଲା ଗୁଡିକରେ ୨୪ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ହେବାର ସମ୍ଭାବନା ରହିଛି।

Comments are closed.