୫ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୫ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁଯାୟୀ ଆସନ୍ତା କାଲି କୋରାପୁଟ, ନବରଙ୍ଗପୁର, ଗଜପତି, ଗଞ୍ଜାମ, ମାଲକାନଗିରି, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, ନୟାଗଡ଼, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୬ ପର୍ଯ୍ୟନ୍ତ ଉପରୋକ୍ତ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.