ବୁଧବାର ରାଶିଫଳ – ୨୪.୦୨.୨୦୨୧

ମେଷ: ଉଦାର ପ୍ରକୃତିର ହୋଇପାରନ୍ତି। ଦାନ ଧର୍ମରେ ଦୀକ୍ଷିତ ହେବେ। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କ୍ଷେତରୁ ଭଲ ଆୟ ହେବ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
ବୃଷ: କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଭୋଗ କରିପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ।
ମିଥୁନ: ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବର ପରିଚୟ ସୃଷ୍ଟି କରିବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସାହାଯ୍ୟ ମିଳିବ। ବିଦ୍ୟାରୂପକ ମହାଧନ ଅର୍ଜନ କରିବେ।
କର୍କଟ: ଶ୍ରୀଚନ୍ଦ୍ର ଭୋଗ ହେତୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହୋଇପାରେ। ସୁସ୍ଥ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟରୁ ଲାଭ ମିଳିବ।
ସିଂହ: କର୍ମଚଞ୍ଚଳ ରହିବେ। କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ରାଜଯୋଗ ପ୍ରାପ୍ତିର ସୁବର୍ଣ୍ଣ ସୁଯୋଗ ଅଛି।
କନ୍ୟା: ଆୟ ବୃଦ୍ଧିର ସୂଚନା ମିଳୁଛି। ଯଶସ୍ବୀ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ।
ତୁଳା: ମନ ପ୍ରସନ୍ନ ରହିବ। କୁଳ ଉଳକାରୀ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ ସଦିଚ୍ଛା ରହିବ।
ବିଛା: ଠାକୁରଙ୍କ ଦର୍ଶନ ପାଇ ନିଜକୁ ଭାଗ୍ୟବାନ୍‌ ମନେ କରିପାରନ୍ତି। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ପାରିବାରିକ ସୁଖ ମିଳିବ।
ଧନୁ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ମିତ୍ରମାନେ ଅସହଯୋଗର ମୂଳ କାରଣ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ମିଳିପାରେ। ଅଷ୍ଟମ ଚନ୍ଦ୍ର ଭୋଗ ଯୋଗୁଁ ସତର୍କରେ ଚଳିବେ।
ମକର: ଦେବ ଦର୍ଶନ ମିଳିବାର ସୌଭାଗ୍ୟ ଅଛି। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସେବା କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ନିଜ କାର୍ଯ୍ୟରେ ମନରେ ଗର୍ବଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ସହାୟତା ମିଳିବ।
କୁମ୍ଭ: ଅଯଥା ଖର୍ଚ୍ଚାନ୍ତ ହେବେ। ସାମାନ୍ୟ ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳବାନ୍‌ ହେବେ। ଶତ୍ରୁହନ୍ତା ହୋଇପାରନ୍ତି।
ମୀନ: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

Comments are closed.