ବୁଧବାର ରାଶିଫଳ (୦୧/୧୨/୨୦୨୧)

ମେଷ : ବନ୍ଧୁ ମିଳନରେ ଉପକୃତ ହେବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀ ଆପଣଙ୍କୁ ପତନରୁ ରକ୍ଷା କରିବେ।
ବୃଷ : ମନରେ ଗର୍ବଭାବ ପୋଷଣ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ମିଥୁନ : କର୍ମଚଞ୍ଚଳ ରହିବେ। ହଠାତ୍‌ କିଛି ଅର୍ଥ ମିଳିପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସର୍ବଦର୍ଶୀ ହୋଇପାରନ୍ତି।
କର୍କଟ : ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ଆଦର୍ଶବାଦୀ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ଦଳ ପ୍ରତି ଆଦର ଓ ସ୍ନେହ ରହିବ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
ସିଂହ : ଦୃଢ଼ ସଂକଳ୍ପ ନେଇ କାର୍ଯ୍ୟ କରିବେ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁର କଥା ପାଇଁ ଆଦରଣୀୟ ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ
କନ୍ୟା : ଭାଗ୍ୟଶାଳୀ ହେବେ। ଶାନ୍ତିପ୍ରିୟ, ସହନଶୀଳ, ମଧୁରଭାଷୀ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ। ବିଭିନ୍ନ ସ୍ତରରୁ ଧନାଗମର ସୂଚନା ମିଳୁଛି।
ତୁଳା : ସୁଖ-ସମ୍ମାନ ଲାଭ କରିପାରନ୍ତି। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସ୍ବାସ୍ଥ୍ୟ ଅତୁଟ ରହିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆ ବନ୍ଧୁ ଜୁଟିବେ।
ବିଛା : ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ଓ ଜ୍ଞାନ-ଗରିମାଯୁକ୍ତ ହୋଇପାରନ୍ତି।
ଧନୁ : ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହେବ। ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ବିଭାଗୀୟ ଅର୍ଥପ୍ରାପ୍ତି ହେବ।
ମକର : କର୍ତ୍ତବ୍ୟରତ ହେବେ। କୁଳପ୍ରଦୀପ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବାଭବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।
କୁମ୍ଭ : ପରୋପକାରାୟ, ସ୍ବର୍ଗାୟ ଭାବନା ନେଇ କାର୍ଯ୍ୟ କରିବେ। ଭାଗ୍ୟଶାଳୀ ହୋଇପାରନ୍ତି। ଜୀବନ ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି।
ମୀନ : ଈର୍ଷାଳୁ ସ୍ବଭାବର ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିପାରନ୍ତି। ଅଷ୍ଟମ ଚନ୍ଦ୍ର ଯୋଗୁଁ ସର୍ତକ ରହିବେ।

Comments are closed.