ବୁଧବାର ରାଶିଫଳ ୦୨.୦୬.୨୦୨୧

ମେଷ: ଉଚ୍ଚ ସମ୍ମାନ ଲାଭ କରି ପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବାର ସୂଚନା ମିଳୁଛି।
ବୃଷ: ଦାନ-ଧର୍ମରେ ଦୀକ୍ଷିତ ହୋଇ ପାରନ୍ତି। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।
ମିଥୁନ: ଭାଗ୍ୟଶାଳୀ ହୋଇପାରନ୍ତି। ରୋଗୀ ଓ ବିଳାସୀ ହେବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହୋଇପାରନ୍ତି।
କର୍କଟ: ସାମାନ୍ୟ ଅସୁସ୍ଥତା ସହିତ ସାମୟିକ ଆମୋଦ ପ୍ରମୋଦରେ ଲିପ୍ତ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅନଟନର ସମ୍ମୁଖୀନ ହୋଇପାରନ୍ତି। ଅଷ୍ଟମ ଚନ୍ଦ୍ର ଯୋଗୁ ସତର୍କରେ ଚଳିବାକୁ ପଡ଼ିବ।
ସିଂହ: ବନ୍ଧୁଙ୍କଠାରୁ ସ୍ବେଚ୍ଛାକୃତ ସାହାଯ୍ୟ ମିଳିପାରେ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
କନ୍ୟା: ଶ୍ରମର ମୂଲ୍ୟାଙ୍କନ ହେବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ଲୋକାଦୃତ ହୋଇପାରନ୍ତି।
ତୁଳା: କର୍ମଚଞ୍ଚଳ ରହିବେ। କନ୍ୟାରତ୍ନ ମିଳିପାରେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଲାଭଜନକ ହେବ।
ବିଛା: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଉଦାର ସ୍ବଭାବର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ପ୍ରେମୀ ଓ ବୁଦ୍ଧିମାନ ହେବେ। କୃଷିରୁ ଲାଭପାଇବେ।
ଧନୁ: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର ସମ୍ମାନ ପାଇବେ।
ମକର: ସୁଖ-ସମ୍ମାନ ଲାଭ କରିପାରନ୍ତି। ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିପାରେ। ବ୍ୟବସାୟରୁ ଅଧିକ ଲାଭ ମିଳିପାରେ। ପୁତ୍ର ସୁଖରେ ସୁଖୀ ହେବେ।
କୁମ୍ଭ: ସୁଖ ସମ୍ମାନ ଲାଭ କରିପାରନ୍ତି। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ରଣାଙ୍ଗନରେ ବୀରତ୍ବ ପ୍ରଦର୍ଶନ କରିବେ। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧାନଲାଭ ହେବ। ବିଦ୍ବାନ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି। ମିଷ୍ଟାନଭୋଜନ ମିଳିବ।
ମୀନ: ମନ ପ୍ରସନ୍ନ ରହିବ। ଧର୍ମକାର୍ଯ୍ୟରେ ଧନବ୍ୟୟ କରି ପାରନ୍ତି। କର୍ମ ଚଞ୍ଚଳ ରହିବେ। ନିରୋଳାରେ କିଛି ସମୟ ବିତାଇ ପାରନ୍ତି। ମଧୁର ଭାଷା ବ୍ୟବହାର କରି ପରକୁ ଆପଣାର କରିବାରେ ପାରଙ୍ଗମ ହେବେ। ସାହସୀ ଓ ଜ୍ଞାନୀ ହେବେ।

Comments are closed.