ବୁଧବାର ରାଶିଫଳ ୨୯.୦୯.୨୦୨୧

ମେଷ: ଶ୍ରମର ମୂଲ୍ୟାଙ୍କନ ହୋଇପାରେ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁର କଥାରେ ଜନ-ମନ ତୋଷ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ଓ ସମ୍ମାନ ମିଳିବ।
ବୃଷ: ଆଶାବାଦୀ ହୋଇପାରନ୍ତି। ଭାଗ୍ୟର ପରିବର୍ତ୍ତନ ଯୋଗଁୁ ଆଶା ଫଳବତୀ ହେବ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିପାରେ।
ମିଥୁନ: ଶ୍ରୀଚନ୍ଦ୍ର ଭୋଗ ହେତୁ ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ବିଭିନ୍ନସ୍ତରରୁ ଧନଲାଭ ହେବାର ସୂଚନା ମିଳୁଛି।
କର୍କଟ: ଦିନଟି ବ୍ୟୟବହୁଳ ହୋଇପାରେ। କର୍ମଚଞ୍ଚଳ ରହିବେ। ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି। କିଛି ସମୟ ନିରୋଳାରେ ରହିବାକୁ ଇଚ୍ଛା କରିବେ। ମଧୁରଭାଷୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ସିଂହ: ଭଲ ଆୟ ହେବ। ସୁଖ-ସନ୍ତୋଷ ମିଳିବ। କର୍ମଚଞ୍ଚଳ ରହିବେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ଅର୍ଥପ୍ରାପ୍ତି ସହିତ ସମ୍ମାନିତ ହେବାର ସମ୍ଭାବନା ରହିଛି।
କନ୍ୟା:ସାଧନାରେ ସିଦ୍ଧିପ୍ରାପ୍ତ ହେବେ। କୁଳପ୍ରଦୀପ ହୋଇପାରନ୍ତି। ଚିତ୍ତ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ଜ୍ଞାନୀ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି।
ତୁଳା: ସେବା-ପୂଜାରେ ନିମଗ୍ନ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବାର ସମ୍ଭାବନା ଅଛି।
ବିଛା: ଶାରୀରିକ କଷ୍ଟ ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।
ଧନୁ: ନୂତନ ତଥା ଉତ୍ତମ ବନ୍ଧୁଲାଭର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ। ପରୋପକାର ଓ ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ମକର: ଅନାବଶ୍ୟକ ଖର୍ଚ୍ଚ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।
କୁମ୍ଭ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭ ସହିତ ଜନ ସମର୍ଥନ ମିଳିବ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ବିଦ୍ୟାଭ୍ୟାସୀ ହେବେ। ସୁସ୍ଥ ଓ ନିରାମୟ ରହିବେ।
ମୀନ: ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଯାନବାହନ ସୁଖ ମିଳିବ।

Comments are closed.