ବୁଧବାର ରାଶିଫଳ

ମେଷ: ଲାଗି ରହିଥିବା ବିବାଦର ସମାଧାନ ହେବ। କାର୍ଯ୍ୟକ୍ରମ ବିଳମ୍ବିତ ହୋଇପାରେ। ଚଞ୍ଚଳ ସ୍ୱଭାବର ହେବେ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି। ମଧୁର ସମ୍ଭାଷଣରେ ପରକୁ ଆପଣାର କରିବେ।

ବୃଷ: ଉତ୍ସାହିତ ହୋଇ କାର୍ଯ୍ୟ ସମ୍ପାଦନ କରିବେ। ଆୟ ପରିମାଣ ବୃଦ୍ଧି ହେବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଯଶସ୍ୱୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରୁ ସମ୍ମାନ ଓ ଧନଲାଭ ହେବ।

ମିଥୁନ: ହଜିଥିବା ଦ୍ରବ୍ୟର ସନ୍ଧାନ ମିଳିବ। ପରିଶ୍ରମ ମୂଲ୍ୟାଙ୍କନ ହୋଇପାରେ। କୁଳ ଦୀପକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।

କର୍କଟ: ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହେବେ। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ କଟାଇ ପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍‍ ହେବା ଆଶାକରାଯାଏ।

ସିଂହ: ଯାତ୍ରାଦିରେ ସମ୍ମାନିତ ହୋଇପାରନ୍ତି। ଦୁଃଖ-ଶୋକରେ ଦିନଟି ଅତିବାହିତ କରିପାରନ୍ତି। ଈର୍ଷାଳୁ ସ୍ୱଭାବର ହେବେ। ସ୍ୱାଭିମାନୀ ହୋଇପାରନ୍ତି। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଉଚ୍ଚସ୍ଥାନ ଆରୋହଣ, ଜଳଯାତ୍ରା ମନା।

କନ୍ୟା: ବନ୍ଧୁ ମିଳନରେ ବିଶେଷ ଉପକୃତ ହୋଇପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ପାରିବାରିକ ସ୍ନେହ ମିଳିବ।

ତୁଳା: ଯାତ୍ରାଦିରେ ଆନନ୍ଦ ଅନୁଭବ କରିପାରନ୍ତି। ପାରିବାରିକ ବିଶୃଙ୍ଖଳା ପାଇଁ କ୍ଷୋଭ ପ୍ରକାଶ କରିବେ। ବଦଖର୍ଚ୍ଚୀ ହୋଇପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଜୀବନ-ଯାପନ କରିପାରନ୍ତି। ଶତ୍ରୁ ବିନାଶ କରି ଆଶ୍ୱସ୍ତ ହେବେ।

ବିଛା: ଥଣ୍ଡାଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯିବ। ବ୍ୟବସାୟ ଲାଭଜନକ ହେବ।

ଧନୁ: ଆୟ ସନ୍ତୋଷଜନକ ହେବ। ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ। ଉଦାର ସ୍ୱଭାବର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମକାରୀ ହେବେ।

ମକର: ନିଜ କାର୍ଯ୍ୟରେ ଅଗ୍ରଗତି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟର ନେତୃତ୍ୱ ନେଇପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହୋଇପାରନ୍ତି। ମିଷ୍ଟଭାଷୀ ହେବେ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃ ସ୍ନେହ ରହିବ।

କୁମ୍ଭ: ଦକ୍ଷତାର ଉପଯୋଗ କରିପାରନ୍ତି। ଭାଗ୍ୟଶାଳୀ ହେବେ। ବ୍ୟକ୍ତିତ୍ୱର ପରାକାଷ୍ଠା ପ୍ରତିପାଦନ କରିପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ରସୁଖ ଲାଭ କରିବେ। ବିଭିନ୍ନ ଦିଗରୁ ଧନାଗମ ହେବ।

ମୀନ: ମହିଳାମାନେ ସ୍ୱାମୀଙ୍କ ସ୍ନେହ ସହଯୋଗ ପାଇବେ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ମୋକଦ୍ଦମାରେ ଜିଣି ଧନଲାଭ କରିବେ। ସମାଜରେ ଗୌରବପ୍ରାପ୍ତ ହେବେ।

Comments are closed.