ବୁଧବାର ରାଶିଫଳ

ମେଷ:ଆଳସ୍ୟ ଅନୁଭବ କରିପାରନ୍ତି। ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ। କନ୍ୟା, ପୁତ୍ର, ପୌତ୍ର, ପ୍ରପୌତ୍ରାଦି ଲାଭ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ।
ବୃଷ: ଭ୍ରମଣାଦି ଶାନ୍ତିପୂର୍ଣ୍ଣ ହେବ। ଦ୍ରବ୍ୟ ନଷ୍ଟର ସମ୍ଭାବନା ଅଛି। ସୁ-ସମ୍ବାଦ ପାଇ ଖୁସି ହୋଇପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ। କୃଷି କର୍ମକାରୀ ହେବେ। ଯାନବାହନ ସୁଖ ମିଳିବ। ସୁଖଭୋଗ ଲାଭ କରିବେ।
ମିଥୁନ: ପ୍ରେମ ଘଟଣାରେ ସଫଳ ହେବେ। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସିତ ହେବେ। ସର୍ବାଙ୍ଗୀଣ ଉନ୍ନତି ଆଶା କରାଯାଏ। ଭ୍ରାତୃଭାବ ଅତୁଟ ରହିବ। ବିବାଦୀୟ ଘଟଣାରେ ବିଜୟୀ ହେବେ। ସକଳ ଗୁଣଯୁକ୍ତ, ସୁଖୀ ଓ କାବ୍ୟ ଶାସ୍ତ୍ରଜ୍ଞ ହେବେ।
କର୍କଟ: କୌଣସି କାର୍ଯ୍ୟକୁ ନେଇ ନିଜେ ନିଜକୁ ସଙ୍କୁଚିତ ମନେ କରିବେ। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଧନାଗମ ହେବାର ସୂଚନା ମିଳୁଛି। ମିଷ୍ଟଭାଷୀ ହୋଇପାରନ୍ତି। ଚଞ୍ଚଳମନା, କୀର୍ତ୍ତିମାନ୍‌, ଅତି ସୁଖୀ ହେବେ।
ସିଂହ: ବାଣିଜ୍ୟ-ବ୍ୟବସାୟରେ ଆୟ ବୃଦ୍ଧି ହେବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଉନ୍ନତି ମାର୍ଗରେ ଆଗକୁ ବଢ଼ିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସରକାରୀ ଓ ବନ୍ଧୁ ସହାୟତାରୁ ଲାଭବାନ୍‌ ହେବେ।
କନ୍ୟା: ବିପଦର ସୂଚନା ପାଇପାରନ୍ତି। କାର୍ଯ୍ୟ କଷ୍ଟସାଧ୍ୟ ହୋଇପାରେ। ଅସୁବିଧାରୁ ଉଧୁରିବାକୁ ହେଲେ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ। କଅଁଳ କଥାରେ ଅନ୍ୟକୁ ଭୁଲାଇ ପାରିବେ। ଚଞ୍ଚଳ ପ୍ରକୃତିର ହେବେ। ଆନନ୍ଦ ଉପଭୋଗ କରିପାରନ୍ତି।
ତୁଳା: ଚିନ୍ତାରୁ ମୁକ୍ତି ପାଇବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଚିନ୍ତାଧାରା ଉନ୍ନତମାନର ହେବ। ପ୍ରୀତିଭୋଜନ ମିଳିପାରେ। ନାନାବିଧ ସମ୍ମାନର ଅଧିକାରୀ ହେବେ। ଗୁଣଜ୍ଞ ହେବେ। କୀର୍ତ୍ତିମାନ୍‌ ହୋଇପାରନ୍ତି। ପ୍ରସନ୍ନତା ଲାଭ କରିବେ।
ବିଛା: ଧନ ସଞ୍ଚୟ ପାଇଁ ମନ ବଳାଇ ପାରନ୍ତି। କାର୍ଯ୍ୟରେ ସଫଳତା ଲାଭ କରିବେ। ଭୋଗ-ବିଳାସ କରିପାରନ୍ତି। ସମ୍ମାନ ବୃଦ୍ଧି ହେବ। ଉପୁଜି ଥିବା ସମସ୍ୟାର ସମାଧାନ ହେବ। ପ୍ରବଳ ଉଦ୍ୟମ କରି କାର୍ଯ୍ୟ ହାସଲ କରିବେ।
ଧନୁ: ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ମନରେ ଭକ୍ତିଭାବ ଜାଗ୍ରତ ହେବ। ଠାକୁରଙ୍କ ଦର୍ଶନ ଲାଭ କରିବାର ସୌଭାଗ୍ୟ ଉଦୟ ହୋଇଛି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜନୈକା ମହିଳାଙ୍କ ଦ୍ବାରା ଉପକୃତ ହେବେ। ପ୍ରତିଯୋଗିତାରେ ବିଜୟୀ ହେବେ।
ମକର: ପାରିବାରିକ କ୍ଷେତ୍ରରେ ଉନ୍ନତି ଘଟିବ। ଘାତଚନ୍ଦ୍ର ଓ ଅଷ୍ଟମ ଚନ୍ଦ୍ର ଆପଣଙ୍କ ପାଇଁ ପୀଡ଼ାଦାୟକ ହୋଇପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ଯୁଗ୍ମ-ବ୍ୟବସାୟ ଲାଭଜନକ ହୋଇପାରେ।
କୁମ୍ଭ: ଯାନବାହନ କିଣିବାର ସୁଯୋଗ ସୃଷ୍ଟି ହୋଇଛି। ସମ୍ମାନିତ ହେବେ। ଦାୟିତ୍ବ ନିର୍ବାହ କରି ପ୍ରଶଂସାର ପାତ୍ର ହେବେ। ପାରିବାରିକ ସୁଖ ମିଳିବ। ଯଶ ଅର୍ଜନ କରି ଆତ୍ମତୃପ୍ତି ଲାଭ କରିବେ। ବନ୍ଧୁ ସହାୟତା ମିଳିବ। ପତ୍ନୀଙ୍କ ଇଙ୍ଗିତରେ ଚଳିବେ।
ମୀନ: କୌଣସି କାରଣରୁ କ୍ରୋଧିତ ହୋଇପାରନ୍ତି। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ବଳବାନ୍‌ ହେବେ। ଶତ୍ରୁ ଦମନ କରିବାରେ ସକ୍ଷମ ହୋଇପାରନ୍ତି। ଜନ କଲ୍ୟାଣ ଲାଭ କରିବେ।

Comments are closed.