ବୁଧବାର ରାଶିଫଳ(୨୫/୦୩/୨୦୨୦)

ମେଷ: ଅଧିକ ବ୍ୟୟ ଯୋଗୁଁ ଅତିଷ୍ଠ ହେବେ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ତରବରରେ କାର୍ଯ୍ୟ ସମ୍ପାଦନ କରିବାକୁ ଉଦ୍ୟମ ଚଳାଇବେ। ମଧୁରଭାଷାରେ ପରକୁ ଆପଣା କରି ପାରନ୍ତି। ଖରାପ ବ୍ୟକ୍ତିଙ୍କୁ ନିଜ ନିକଟରୁ ଦେବେ।
ବୃଷ: ଧନ, ଦ୍ରବ୍ୟଲାଭର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ତନ୍ତ୍ର-ମନ୍ତ୍ରାଦି ଜ୍ୟୋତିଷ ବିଦ୍ୟା ପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି। ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି।
ମିଥୁନ: କାର୍ଯ୍ୟରେ ସଫଳତା ଲାଭ କରିବେ। କୁଳଦୀପ ଭଳି ନିଜେ ଜଳି ଅନ୍ୟକୁ ଆଲୋକ ଦାନ କରିବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ସୁଖ ମିଳିବ।
କର୍କଟ: ତରବର ନ ହୋଇ ଧୀରେ ସୁସ୍ଥେ କାର୍ଯ୍ୟ କରିବେ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ ବିଳାସରେ ଅତିବାହିତ ହେବ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ପ୍ରବାସପ୍ରିୟ, ଧର୍ମାତ୍ମା, ବିଦ୍ୱାନ୍‍, ସାହସୀ ଓ ସମ୍ପଦଶାଳୀ ହେବେ।
ସିଂହ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଶତ୍ରୁ ବିଜୟୀ ହେବେ। କ୍ଷମାଶୀଳ ହେବା ଆଶା କରାଯାଏ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଜଳଯାତ୍ରା କରିବା ମନା।
କନ୍ୟା: ସୁଖ-ସମ୍ଭୋଗ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସେବା ମନୋଭାବ ଜାଗ୍ରତ ହେବ। ନିଜକାର୍ଯ୍ୟ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ସମ୍ମାନିତ ହେବେ।
ତୁଳା: ମନରେ ଗର୍ବଭାବ ଆସିବ। ବଦଖର୍ଚ୍ଚୀ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଦେଖା ଦେଇପାରେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।
ବିଛା: ପ୍ରତ୍ୟେକ କାର୍ଯ୍ୟକୁ ତୁରନ୍ତ ଶେଷ କରିବାକୁ ଉଦ୍ୟମ ଜାରି ରଖିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯିବ। ବିଭିନ୍ନ ଦିଗରୁ ଅର୍ଥ ଆସିବ।
ଧନୁ: ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। କୃଷି କର୍ମକାରୀ, ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ। ଯାନବାହନ ସୁଖ ମିଳିବା ଆଶା କରାଯାଏ।
ମକର: ବିଭିନ୍ନ ଅନୁଷ୍ଠାନ ଦ୍ୱାରା ସମ୍ମାନିତ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଉପୁଜି ପାରେ। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ।
କୁମ୍ଭ: କୌଣସି କାରଣରୁ ମନରେ ଦ୍ୱିଧାଭାବ ଜାଗ୍ରତ ହୋଇପାରେ। ଭାଗ୍ୟଶାଳୀ ହେବେ। ବ୍ୟକ୍ତିତ୍ୱର ବିକାଶ ଘଟିବ। ପ୍ରବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ , ଉଦାର ଓ ବିଦ୍ୟାପ୍ରେମୀ ହେବେ। ଏକପତ୍ନୀ ବ୍ରତଧାରୀ ହେବେ। ମିତ୍ରସୁଖ ଲାଭ କରିବେ।
ମୀନ: ଶ୍ରୀଚନ୍ଦ୍ର ଭୋଗ ହେତୁ ଭଲ ଆୟ ହେବ। ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ଧନବାନ୍‍ ହେବେ। ଗୁଣଜ୍ଞ ହୋଇପାରନ୍ତି। ନୂଆ ମିତ୍ରଙ୍କ ସହଯୋଗ ମିଳିବ। ଚିନ୍ତାଧାରା ଉନ୍ନତମାନର ହେବ। ଲୋକପ୍ର୍ରିୟ ହେବେ। ସାମାଜିକ ଗୌରବ ଲାଭ କରିବେ।

Comments are closed.