ବୁଧବାର ରାଶିଫଳ – ୧୭ ଫେବୃଆରୀ ୨୦୨୧

ମେଷ: ସ୍ବାଧୀନ ଚିନ୍ତାଧାରାରେ କାର୍ୟ୍ୟ କରିପାରନ୍ତି। ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ। ନୂଆ ବନ୍ଧୁ ଜୁଟିବେ। ଚିନ୍ତାଧାରା ମହତ ହେବ।
ବୃଷ: ଦୁଶ୍ଚିନ୍ତା ମଧ୍ୟଦେଇ ଗତି କରିପାରନ୍ତି। ଅଯଥା ଖର୍ଚ୍ଚାନ୍ତ ହେବେ। ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି। ବନ୍ଧୁ ବିରୋଧରେ ସମ୍ମୁଖୀନ ହୋଇପାରନ୍ତି। ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି।
ମିଥୁନ: ଆୟ ଆଶାନୁରୂପ ହେବ। ଶୁଭ ଖବର ଶୁଣି ଆନନ୍ଦ ଅନୁଭବ କରିବେ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ।
କର୍କଟ: କର୍ତ୍ତବ୍ୟ ପରାୟଣ ହେବେ। ଶୁଭ ଖବର ପାଇ ଭାବ ବିହ୍ବଳ ହୋଇପାରନ୍ତି। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ୟ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ।
ସିଂହ: ସତ୍‌ସଙ୍ଗୀ ହୋଇପାରନ୍ତି। କାର୍ୟ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ବ୍ୟବହାର କରିପାରନ୍ତି। ଧାର୍ମିକ ପ୍ରବର ହେବେ। ବିବାଦୀୟ ଘଟଣାରେ ବିଜୟୀ ହେବେ। ଭକ୍ତିଗାଥା ପ୍ରବଚନରେ ଯୋଗ ଦେବେ।
କନ୍ୟା: ଅର୍ଥ ଟାଣଟୁଣ ରହିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଅଯଥା ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ। ଶତ୍ରୁ ଦମନ କରିପାରନ୍ତି। ତେଜୀୟାନ୍‌ ହେବେ। ବାହୁରେ ପୀଡ଼ା ଉପୁଜିପାରେ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।
ତୁଳା: ସୁଖ ସମ୍ଭୋଗ କରିପାରନ୍ତି। ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ୟ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି। ଆନନ୍ଦ ଉପଭୋଗ କରିପାରନ୍ତି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ।
ବିଛା: ଦୃଢ଼ ମନୋବଳକୁ ପାଥେୟ କରି କାର୍ୟ୍ୟ କରିବେ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ପାରିବାରିକ ଜୀବନ ଆନନ୍ଦମୟ ହେବ। କର୍ମସଂସ୍ଥାନ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି।
ଧନୁ: କାର୍ୟ୍ୟ କରିବାକୁ ହେଲେ ପରାମର୍ଶ ଏକାନ୍ତ ବାଞ୍ଚନୀୟ। ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଖୁସି ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। କାର୍ୟ୍ୟ ଉନ୍ନତମାନର ହେବ।
ମକର: ପରିଶ୍ରମର ମୂଲ୍ୟ ମିଳିବ। ଅବଶ୍ୟ କେତେକ କ୍ଷେତ୍ରରେ ସାମୟିକ ଭାବେ ଭୁଲ ବୁଝାମଣା ଘଟିପାରେ। ଯାନବାହନ ସୁଖ ମିଳିପାରେ। କୃଷିରୁ ଲାଭ ମିଳିବ। ସାରାଦିନ କାର୍ୟ୍ୟ ବ୍ୟସ୍ତ ରହିବେ। ଶୁଭ କାର୍ୟ୍ୟ ପାଇଁ ଅପେକ୍ଷାରତ ହେବେ।
କୁମ୍ଭ: ସକଳ ଗୁଣର ଆଧାର ହୋଇପାରନ୍ତି। ସୁଖୀ ହେବେ। କାବ୍ୟ ଶାସ୍ତ୍ରାନୁରକ୍ତ ହୋଇପାରନ୍ତି। ଆର୍ଥିକ କ୍ଷେତ୍ର ସ୍ବଚ୍ଛଳ ରହିବ। ଶୁଭକାର୍ୟ୍ୟ ପାଇଁ ସମୟ ଅନୁକୂଳ ଅଛି। ଠାକୁରଙ୍କ ଦର୍ଶନ ଲାଭ କରିପାରନ୍ତି। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।
ମୀନ: କାର୍ୟ୍ୟରେ ସଫଳତା ପାଇବାକୁ ହେଲେ ଅପେକ୍ଷା କରିବାକୁ ପଡ଼ିବ। ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରିପାରନ୍ତି। ନୀତିନିଷ୍ଠ ହେବେ। ସାମୟିକ ଭାବେ ମନରେ ଅଶାନ୍ତି ଉପୁଜି ପାରେ। ବିବିଧ ଧନଯୁକ୍ତ ହୋଇପାରନ୍ତି। କୀର୍ତ୍ତିମାନ୍‌ ହେବେ।

Comments are closed.