ବୁଧବାର ରାଶିଫଳ (୨୩-୧୨-୨୦୨୦)

ମେଷ: ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମଚଞ୍ଚଳ ରହିବେ। ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ। ନୀତି ନିଷ୍ଠ ହେବେ। ସବୁ ବାଧାବିଘ୍ନକୁ ପରାଜିତ କରି ରାଜଯୋଗ ଭୋଗ ହେବ।

ବୃଷ: ଯେକୌଣସି କାର୍ଯ୍ୟରେ ହାତ ଦିଅନ୍ତୁ ନା କାହିଁକି ସଫଳତା ନିଶ୍ଚିତ ମିଳିବ। ସାମୟିକ ଭାବେ ମୌନବ୍ରତ ଅବଲମ୍ବନ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କର୍ମଚଞ୍ଚଳ ରହିବେ। ଲୋକପ୍ରିୟ ଓ ଯଶସ୍ବୀ ହେବେ। ଅର୍ଥାଗମ ହେବ।

ମିଥୁନ: ପ୍ରତିଯୋଗିତାରେ ବାଜିମାତ୍‌ କରିପାରନ୍ତି। ସମ୍ମାନିତ ହେବେ। ବଂଶ ମର୍ଯ୍ୟାଦାକୁ ଆଲୋକିତ କରିପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ଯଶସ୍ବୀ ହୋଇପାରନ୍ତି। ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ।

କର୍କଟ: ସତ୍‌ସଙ୍ଗରେ ଯୋଗଦାନ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ସିଂହ: ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶତ୍ରୁ ଅଧିକ ହେବେ। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ଅଷ୍ଟମଚନ୍ଦ୍ର ଭୋଗହେତୁ ସତର୍କରେ ଚଳିବେ।

କନ୍ୟା: ବ୍ୟବସାୟ ଲାଭଜନକ ହେବ। ସମାଜ ସେବାପ୍ରତି ମନ ବଳାଇ ପାରନ୍ତି। ବେଳେବେଳେ ମନରେ ଅହଂଭାବ ଆସିପାରେ। ଶାନ୍ତି ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ଭାଗ୍ୟବାନ୍‌ ହେବେ। ଉତ୍ତମ ମିତ୍ର ଲାଭ ହେବ।

ତୁଳା: ଦୈନନ୍ଦିନ କାର୍ଯ୍ୟ ତୃପ୍ତିଦାୟକ ହେବ। ବନ୍ଧୁ ମିଳନ ଘଟିବାର ସମ୍ଭାବନା ଅଛି। ବଦ୍‌ଖର୍ଚ୍ଚି ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରିରେ ସୁନାମ ଅର୍ଜନ କରିବେ।

ବିଛା: ମନସ୍କାମନା ପୂର୍ଣ୍ଣ ହୋଇପାରେ। ଲୋଭଗ୍ରସ୍ତ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ତନ୍ତ୍ର ବିଦ୍ୟାପ୍ରତି ରୁଚି ରହିବ।

ଧନୁ: କୌଣସି କାରଣରୁ ମନରେ ଶଙ୍କା ଉପୁଜି ପାରେ। ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

ମକର: କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପି ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ।

କୁମ୍ଭ: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତି ପ୍ରିୟ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। ମିତ୍ର ସୁଖ ମିଳିବ। ଧନାଗମ ହେବ। ବ୍ୟବସାୟରୁ ଅଧିକ ଧନଲାଭ ହୋଇପାରେ।

ମୀନ: ଚିନ୍ତାଗ୍ରସ୍ତ ହୋଇପାରନ୍ତି। ଆୟ ଊଣା ହେବ ନାହିଁ। ସୁମିଷ୍ଟ ଭୋଜନରେ ଆପ୍ୟାୟିତ ହେବେ। ସୈନିକମାନେ ବୀରତ୍ବ ପ୍ରଦର୍ଶନ କରି କୀର୍ତ୍ତିମାନ୍‌ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି। ଲୋକପ୍ରିୟ ହେବେ।

Comments are closed.