ବୁଧବାର ରାଶିଫଳ

0

ମେଷ: ନିଜ ଇଚ୍ଛା ଅନୁସାରେ ଫଳ ପାଇବେ। ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସମ୍ମାନିତ ହେବେ।

ବୃଷ: ଦେଶଦର୍ଶନର ସୁଯୋଗ ମିଳିବ। କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ। କୁଳଦୀପକ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଶରୀର ସୁସ୍ଥ ରହିବ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ସରକାରୀ ଅର୍ଥ ମିଳିବ।

ମିଥୁନ: ଲାଗି ଥିବା ବିବାଦର ସୁ-ସମାଧାନ ହେବ। ଘାତଚନ୍ଦ୍ର ଥାଇ ବି ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହୋଇପାରେ। ଭୋଗ-ବିଳାସ କରିପାରନ୍ତି। ଧର୍ମାତ୍ମା, ବିଦ୍ୱାନ ସାହସୀ ଓ ସମ୍ପତ୍ତିବାନ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କର୍କଟ: ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହୋଇପାରେ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।

ସିଂହ: ଧନ ପ୍ରାପ୍ତ ହେବାର ସୂଚନା ମିଳୁଛି। ଉତ୍ତମ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିପାରେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନ ବଳାଇବେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ।

କନ୍ୟା: ନୂତନ ଯୋଜନା ଆପଣଙ୍କ ପାଇଁ ଆନନ୍ଦଦାୟକ ହେବ। ମନରେ ଗର୍ବଭାବ ଉଦ୍ରେକ ହୋଇପାରେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ବଳବାନ୍‍ ହେବେ। ଶତ୍ରୁହନ୍ତା ହୋଇପାରନ୍ତି।

ତୁଳା: ଆୟ ଆଶାନୁରୂପ ହେବ। ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ଲଟେରି ଭାଗ୍ୟ ପରୀକ୍ଷାରେ ଜିଣି ପାରନ୍ତି।

ବିଛା: ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। କୃଷି କର୍ମକାରୀ ହେବେ। ବୁଦ୍ଧିମାନ୍‍ ହୋଇପାରନ୍ତି।

ଧନୁ: ଅଟକି ଥିବା କାର୍ଯ୍ୟରେ ଆଗକୁ ବଢ଼ିପାରନ୍ତି। ସମ୍ମାନିତ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମିଷ୍ଟଭାଷୀ ହୋଇପାରନ୍ତି। ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଭୋଗ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ।

ମକର: ବନ୍ଧୁଙ୍କ ସହିତ ମାନ-ମନାନ୍ତର ଘଟିପାରେ। ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ମାନବୀୟ ଗୁଣର ଅଧିକାରୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ମିତ୍ର ସୁଖ ମିଳିବ।

କୁମ୍ଭ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନ ଲାଭ ହେବ।

ମୀନ: ଅଭାବ ଦୂରେଇ ଯିବ। ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ଗୁପ୍ତ ବିଦ୍ୟାରେ ରୁଚି ରହିବ। ସାହସୀ ଓ ଜ୍ଞାନୀ ହେବେ।

Leave A Reply