ସାପ୍ତାହିକ ରାଶିଫଳ

ମେଷ : ରବିବାର ଓ ସୋମବାର ସଫଳତା ଲାଭ କରିବେ। ମଙ୍ଗଳବାର ଓ ବୁଧବାର ପ୍ରେମରେ ସଫଳତା ପାଇବେ। ଯାତ୍ରା ଅନୁକୂଳ ହେବ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ଗୁରୁବାର ଓ ଶୁକ୍ରବାର ଯାତ୍ରା ଜନିତ ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି। ଆଘାତ ଲାଗିପାରେ। ଶନିବାର ସାମାଜିକ କାର୍ଯ୍ୟରେ ଯୋଗଦାନ କରି ପଦ ମର୍ଯ୍ୟାଦା ବୃଦ୍ଧି କରିବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତ ହେବ। ରିଷ୍ଟଖଣ୍ଡନ ପାଇଁ ଶ୍ରୀସୁନ୍ଦରାକାଣ୍ଡ ପାଠ କରନ୍ତୁ।

ବୃଷ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ଲାଭବାନ ହେବେ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ବୁଧବାର ଓ ଗୁରୁବାର ଭାବିଚିନ୍ତି କାର୍ଯ୍ୟ କରିବା ବାଞ୍ଛନୀୟ। ନୂତନ କାର୍ଯ୍ୟରେ ଯୋଗଦେବେ। ଶୁକ୍ରବାର ଓ ଶନିବାର ପ୍ରୀତିଲାଭ କରିବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଓଁ ତତ୍‌ପୁରୁଷାୟ ବିହ୍ମହେ ମହାଦେବାୟ ଧୀମହି ତନ୍ନୋରୁଦ୍ର ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ।

ମିଥୁନ : ରବିବାର ଓ ସୋମବାର ଚିଡ଼ିଚିଡ଼ା ସ୍ବଭାବ ପ୍ରକାଶିତ ହେବ। ମାନସିକ ଅବସାଦ ଦେଖାଦେଇପାରେ। ମଙ୍ଗଳବାର ଓ ବୁଧବାର ସନ୍ତାନ ହେତୁକ ଚିନ୍ତା ଦେଖାଦେବ। ପିଲାଙ୍କ କ୍ୟାରିୟରକୁ ନେଇ ଚିନ୍ତା କରିବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ବନ୍ଧୁବାନ୍ଧବଙ୍କ ସହଯୋଗ ଲୋଡ଼ିବେ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲଳିତା ସହସ୍ର ନାମ ପାଠ କରନ୍ତୁ।

କର୍କଟ : ରବିବାର ଓ ସୋମବାର ନୂତନ ବନ୍ଧୁଲାଭ କରିବେ। ଦୂରଦେଶକୁ ଯାତ୍ରା କରିପାରନ୍ତି। ଭାଇଙ୍କ ସହଯୋଗ ପ୍ରାପ୍ତ ହେବ। ମଙ୍ଗଳବାର ଓ ବୁଧବାର ଜଗିରଖି ଚଳିବେ। ଶତ୍ରୁଦ୍ବାରା ପରାଭୂତ ହେବେ। ବ୍ୟୟ ଅଧିକ ହେବ। ଦ୍ରବ୍ୟ ଚୋରି ହୋଇପାରେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ସ୍ତ୍ରୀ ହେତୁକ ଧନପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ଯଶଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଦୁର୍ଗା ସହସ୍ର ନାମ ପାଠ କରନ୍ତୁ।

ସିଂହ : ରବିବାର ଓ ସୋମବାର ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ପାରିବାରିକ ଅଶାନ୍ତି ଦେଖାଦେବ। ମଙ୍ଗଳବାର ଓ ବୁଧବାର ପଦୋନ୍ନତି ମିଳିପାରେ। ବ୍ୟବସାୟରେ ଲାଭବାନ ହେବେ। ଆୟ ବୃଦ୍ଧି ହେବ। ଗୁରୁବାର ଓ ଶୁକ୍ରବାର ଯାତ୍ରାକାଳୀନ ସମସ୍ୟା ଦେଖାଦେବ। ଯାତ୍ରା ସ୍ଥଗିତ ରଖିବା ଭଲ। ଶନିବାର ଆୟ ମଧ୍ୟମ ରହିବ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।

କନ୍ୟା : ରବିବାର ଓ ସୋମବାର ଶ୍ରୀଯୁକ୍ତ ହେବେ। ଆର୍ଥିକ ସମସ୍ୟା ଦୂରୀଭୁତ ହେବ। ମଙ୍ଗଳବାର ଓ ବୁଧବାର କର୍ମକ୍ଷେତ୍ରରେ ଓ ବ୍ୟବସାୟରେ ସାବଧାନତା ଲୋଡ଼ା। ଅଯଥା କଥାରେ ଅପମାନିତ ହୋଇପାରନ୍ତି। ଗୁରୁବାର ଓ ଶୁକ୍ରବାର ସୁସମ୍ବାଦ ପ୍ରାପ୍ତ ହେବ। ବନ୍ଧୁବାନ୍ଧବଙ୍କ ଗହଣରେ ସମୟ କାଟିବେ। ଶନିବାର ଶାରୀରିକ ଅସୁସ୍ଥତା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଓଁ ଗଂ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ।

ତୁଳା : ରବିବାର ଓ ସୋମବାର ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି। ପଡ଼ୋଶୀଙ୍କ ସହିତ ମତଭେଦ ଦେଖାଦେଇପାରେ। ମଙ୍ଗଳବାର ଓ ବୁଧବାର ଜମିବାଡ଼ି କ୍ରୟ କରିପାରନ୍ତି। କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ଗୁରୁବାର ଓ ଶୁକ୍ରବାର ଭାବିଚିନ୍ତି କାର୍ଯ୍ୟ କରିବା ଏବାନ୍ତ ଆବଶ୍ୟକ ନଚେତ୍‌ ବିବାଦର ସମ୍ମୁଖୀନ ହେବେ। ଶନିବାର ପରିବେଶ ସୁରକ୍ଷା ପାଇଁ କାର୍ଯ୍ୟ କରିବେ। ମହିଳା ଓ ବିଦ୍ୟାର୍ଥୀ କର୍ମ ଅନୁସାରେ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ରୁଦ୍ରାଷ୍ଟକ ପାଠ କରନ୍ତୁ।

ବିଛା : ରବିବାର ଓ ସୋମବାର ଦୂରଯାତ୍ରା କରିପାରନ୍ତି। ଯାନବାହନ କିଣାକିଣି କରିବେ। ମଙ୍ଗଳବାର ଓ ବୁଧବାର ଜଗିରଖି ଚଳିବା ଆବଶ୍ୟକ। ସ୍ବାସ୍ଥ୍ୟଜନିତ ସମସ୍ୟା ଦେଖାଦେବ। ଗୁରୁବାର ଓ ଶୁକ୍ରବାର କାର୍ଯ୍ୟରେ ସଫଳତା ଲାଭ କରିବେ। ସୃଜନଶୀଳ ପ୍ରତିଭାର ବିକାଶ ହେବ। ଶନିବାର କର୍ମବନ୍ଧନ ​‌େ​‌ଯାଗ ପ୍ରାପ୍ତ ହେବ। ବ୍ୟବସାୟରେ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ବଗଳାମୁଖୀଙ୍କ ମନ୍ତ୍ର ଜପ କରନ୍ତୁ।

ଧନୁ : ରବିବାର ଓ ସୋମବାର ଆଣ୍ଠୁଗଣ୍ଠି ଜନିତ ସମସ୍ୟା ଦେଖାଦେଇପାରେ। ମଙ୍ଗଳବାର ଓ ବୁଧବାର ଅଟକିଥିବା କାର୍ଯ୍ୟ ସାରିବା ପାଇଁ ଚେଷ୍ଟା କରିବେ। ଆର୍ଥିକ ସ୍ଥିତି ଉନ୍ନତି ପରିଲକ୍ଷିତ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। କାର୍ଯ୍ୟକ୍ଷେତ୍ରରେ ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରତିକ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାଷ୍ଟକ ପାଠ କରନ୍ତୁ।

ମକର : ରବିବାର ଓ ସୋମବାର କାର୍ଯ୍ୟସିଦ୍ଧି ହେବ। ସନ୍ତାନ ଲାଭ କରିପାରନ୍ତି। ମଙ୍ଗଳବାର ଓ ବୁଧବାର ଯାତ୍ରାଜନିତ ସମସ୍ୟା ଦେଖାଦେବ। ଆଘାତ ଲାଗିପାରେ। ଆର୍ଥିକ ଅନଟନ ଦେଖାଦେବ। ଗୁରୁବାର ଓ ଶୁକ୍ରବାର ଭ୍ରମଣପ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ଶନିବାର ଆଚାର ଓ ବ୍ୟବହାରରେ ସଂଯମୀ ହେବା ଆବଶ୍ୟକ। ମହିଳା ଓ ବିଦ୍ୟାର୍ଥୀମାନେ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।

କୁମ୍ଭ : ରବିବାର ଓ ସୋମବାର ଶତ୍ରୁ ଦମନରେ ସଫଳତା ଲାଭ କରିବେ। ମାଲିମକଦ୍ଦମାରେ ବିଜୟୀ ହେବେ। ମଙ୍ଗଳବାର ଓ ବୁଧବାର ସନ୍ତାନ ହେତୁକ ଚିନ୍ତା ଦେଖାଦେବ। ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତ ହେବ। କାର୍ଯ୍ୟଦକ୍ଷତା ବୃଦ୍ଧି ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେବ। ଅଯଥା ଖର୍ଚ୍ଚାନ୍ତରେ ପଡ଼ିବେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।

ମୀନ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଆନନ୍ଦଚିତ୍ତ ହେବେ। ନୂତନ ବ୍ୟବସାୟ ଆରମ୍ଭ ହେବ। ପ୍ରତିଯୋଗିତାରେ ବିଜୟୀ ହେବେ। ଆର୍ଥିକ ସମସ୍ୟା ଦୂର ହେବ। ବୁଧବାର ଓ ଗୁରୁବାର ଶତ୍ରୁକୁ ପରାସ୍ତ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ଶୁକ୍ରବାର ଓ ଶନିବାର ସ୍ତ୍ରୀ ହେତୁକ ଧନପ୍ରାପ୍ତି ହେବ। ଦୂରଯାତ୍ରା କରିବେ। ପାରିବାରିକ ଶାନ୍ତି ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ତନ ପାଇଁ ଦୁର୍ଗା ସହସ୍ରନାମ ପାଠ କରନ୍ତୁ। 

Comments are closed.