ସାପ୍ତାହିକ ରାଶିଫଳ (୩୧.୧୦.୨୧-୦୬.୧୧.୨୧)

ମେଷ: ରବିବାର ଓ ସୋମବାର କାର୍ଯ୍ୟସିଦ୍ଧି ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଆର୍ଥିକ ସ୍ଥିତି ଉନ୍ନତି ହେବ। ଶୁକ୍ରବାର ଓ ଶନିବାର ସଫଳତା ପାଇବେ। ନୂତନ ନିଯୁକ୍ତି ପାଇବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଲକ୍ଷ୍ମୀ ନୃସିଂହ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାର ଓ ସୋମବାର ଋଣ ଭାର ବୃଦ୍ଧି ହେବ। ମଙ୍ଗଳବାର ଓ ବୁଧବାର ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ବ୍ୟବସାୟରେ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ଯଶଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶିବ ସହସ୍ର ନାମ ପାଠ କରନ୍ତୁ।
ମିଥୁନ: ରବିବାର ପାରିବାରିକ ଅଶାନ୍ତି ଦେଖାଦେବ। ସୋମବାର ଓ ମଙ୍ଗଳବାର ବିବାଦରେ ପଡ଼ିପାରନ୍ତି। ବୁଧବାର ଓ ଗୁରୁବାର ଲୋକସମ୍ପର୍କ ବୃଦ୍ଧି ହେବ। ଶୁକ୍ରବାର ଓ ଶନିବାର ପ୍ରତିଷ୍ଠାଯୁକ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶଙ୍କୁ ପୂଜା କରନ୍ତୁ।
କର୍କଟ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ବୁଧବାର ଓ ଗୁରୁବାର ଶାରୀରିକ ଅସୁସ୍ଥତା ଦେଖାଦେବ। ଶୁକ୍ରବାର ଓ ଶନିବାର ସାମାଜିକ କାର୍ଯ୍ୟରେ ଯୋଗ ଦେବେ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ଓ ସୋମବାର ପିଲାଙ୍କୁ ନେଇ ଗର୍ବ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ସପକ୍ଷରେ ରହିବ। ନୂତନ କାର୍ଯ୍ୟରେ ଯୋଗ ଦେବେ। ଶୁକ୍ରବାର ଓ ଶନିବାର ସାବଧାନତା ଲୋଡ଼ା। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାର ଆଘାତ ପ୍ରାପ୍ତ ହେବେ। ସୋମବାର ଓ ମଙ୍ଗଳବାର କାର୍ଯ୍ୟରେ ସ୍ଥିରତା ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ନୂତନ କାର୍ଯ୍ୟ ଆରମ୍ଭ କରିବେ। ମହିଳା ଓ ବିଦ୍ୟାର୍ଥୀ ଶାନ୍ତି ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶିବ ସ୍ତୋତ୍ର ପାଠ କରନ୍ତୁ।
ତୁଳା: ରବିବାର ଆତ୍ମନିର୍ଭରଶୀଳ ହେବେ। ସୋମବାର ଓ ମଙ୍ଗଳବାର ଜଗିରଖି ଚଳିବେ। ବୁଧବାର ଓ ଗୁରୁବାର କାର୍ଯ୍ୟସିଦ୍ଧି ହେବ। ଶୁକ୍ରବାର ଓ ଶନିବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।
ବିଛା: ରବିବାର ବିପଦରେ ପଡ଼ିପାରନ୍ତି। ସୋମବାର ଓ ମଙ୍ଗଳବାର ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ବୁଧବାର ଓ ଗୁରୁବାର ଜଗିରଖି ଚଳିବେ। ଶୁକ୍ରବାର ଓ ଶନିବାର ଦାମ୍ପତ୍ୟରେ କଳହ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ହଂ ପବନନନ୍ଦନାୟ ସ୍ବାହା ମନ୍ତ୍ର ଜପ କରନ୍ତୁ।
ଧନୁ: ରବିବାର ଓ ସୋମବାର କର୍ମ ଅନୁସାରେ ଫଳପ୍ରାପ୍ତି ହେବ। ମଙ୍ଗଳବାର ଓ ବୁଧବାର ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ମଧ୍ୟମ ଫଳ ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ବିରୋଧାଭାସର ସମ୍ମୁଖୀନ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ତାରାଙ୍କ କବଚ ପାଠ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ବିବେକୀ କାମ କରି ପ୍ରଶଂସିତ ହେବେ। ବ୍ୟବସାୟରେ ଲାଭବାନ ହେବେ। ବୁଧବାର ଓ ଗୁରୁବାର ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ଶୁକ୍ରବାର ଓ ଶନିବାର ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶିବଙ୍କ ମନ୍ତ୍ର ପାଠ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ଜଗିରଖି ଚଳିବେ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ କାର୍ଯ୍ୟରେ ସଫଳତା ପାଇବେ। ଆୟ ବୃଦ୍ଧି ହେବ। ଗୁରୁବାର ସାମାଜିକ କାର୍ଯ୍ୟରେ ଯୋଗଦେବେ। ଶୁକ୍ରବାର ଓ ଶନିବାର ମାନସିକ ଦୁଶ୍ଚିନ୍ତା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଚିନ୍ତାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ରୁଦ୍ରାଷ୍ଟକ ପାଠ କରନ୍ତୁ।
ମୀନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ବ୍ୟବସାୟରେ ଲାଭବାନ ହେବେ। ବୁଧବାର ଠାରୁ ଶନିବାର ବ୍ୟକ୍ତିତ୍ବ ଆପଣଙ୍କର ଭୂଷଣ ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠିତ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ନାରାୟଣାୟ ବିଦ୍ମହେ ବାସୁଦେବାୟ ଧୀମହି ତନ୍ନୋ ବିଷ୍ଣୁ ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ।

Comments are closed.