ସାପ୍ତାହିକ ରାଶିଫଳ (୧୨ – ୧୮.୧୨.୨୦୨୧)

ମେ​ଷ:​‌ ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଜଗିରଖି ଚଳିବେ। ବୁଧବାର ଓ ଗୁରୁବାର ପରିସ୍ଥିତି ଅନୁସାରେ କାର୍ଯ୍ୟ କରି ସଫଳତା ପାଇବେ। ଶୁକ୍ରବାର ଓ ଶନିବାର ବ୍ୟବସାୟରେ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ କାର୍ଯ୍ୟଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଦୁର୍ଗାଙ୍କ ମନ୍ତ୍ର ପାଠ କରନ୍ତୁ।
ବୃଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ସମ୍ମାନିତ ହେବେ। ବୁଧବାର ଓ ଗୁରୁବାର ଯାତ୍ରାକାଳୀନ ସାବଧାନତା ଲୋଡ଼ା। ପରିସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ହେବ। ଶୁକ୍ରବାର ଓ ଶନିବାର ଭାଗ୍ୟବାଦୀ ହେବେ। ମହିଳା ଓ ବିଦ୍ୟାର୍ଥୀ ଚିନ୍ତାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶିବ ସ୍ତୋତ୍ର ପାଠ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ସୃଜନଶୀଳ ପ୍ରତିଭାର ବିକାଶ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସ୍ତ୍ରୀ ହେତୁକ ଧନପ୍ରାପ୍ତି ହେବ। ଶୁକ୍ରବାର ଓ ଶନିବାର ବାକ୍‌ସଂଯମୀ ହେବା ଉଚିତ୍‌। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ।
କର୍କଟ: ରବିବାର ଓ ସୋମବାର ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗଦେବେ। ମଙ୍ଗଳବାର ଓ ବୁଧବାର ଶତ୍ରୁଜୟୀ ହେବେ। ଗୁରୁବାର ଠାରୁ ଶନିବାର ପର୍ଯ୍ୟନ୍ତ ନୂତନ ଯାନବାହନ କ୍ରୟ କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପୈତୃକ ସମ୍ପତ୍ତିକୁ ନେଇ ସମସ୍ୟା ଦେଖାଦେବ। ବୁଧବାର ଓ ଗୁରୁବାର ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ଶୁକ୍ରବାର ଓ ଶନିବାର ଦୂରଯାତ୍ରା କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ରୁଦ୍ରାଷ୍ଟକ ପାଠ କରନ୍ତୁ।
କନ୍ୟା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଆର୍ଥିକ ଅନଟନ ଦୂରହେବ। ବୁଧବାର ଓ ଗୁରୁବାର ଶତ୍ରୁଦ୍ବାରା ପରାପ୍ତ ହେବେ। ଶୁକ୍ରବାର ଓ ଶନିବାର ସାମାଜିକ କାର୍ଯ୍ୟରେ ଯୋଗଦେବେ। ମହିଳା ଓ ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅନୁକୂଳ ରହିବ। ରିଷ୍ଟଖଣ୍ଡନ ପାଇଁ ଲଳିତାଙ୍କ ମନ୍ତ୍ର ପାଠ କରନ୍ତୁ।
ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପାରିବାରିକ କଳହ ଦେଖାଦେବ। ବୁଧବାର ଓ ଗୁରୁବାର ପରମ୍ପରାବାଦୀ ହେବେ। ଶୁକ୍ରବାର ଓ ଶନିବାର ତର୍କବିତର୍କଠାରୁ ଦୂରେଇ ରହିବା ଭଲ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ବିଛା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଶୁକ୍ରବାର ଓ ଶନିବାର ପରିସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ହେବ। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟରେ ବାଧାବିଘ୍ନ ଦେଖାଦେବ। ବୁଧବାର ଓ ଗୁୁରୁବାର ଶ୍ରୀଯୁକ୍ତ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ପଡ଼ୋଶୀଙ୍କ ସଙ୍ଗେ ମତଭେଦ ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପ୍ରତିଷ୍ଠା ଲାଭ କରିବେ। ବୁଧବାର ଓ ଗୁରୁବାର ଶାରୀରିକ ସମସ୍ୟା ଦେଖାଦେବ। ପରିସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ହେବ। ଶୁକ୍ରବାର ଓ ଶନିବାର ବ୍ୟବସାୟରେ ଲାଭବାନ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ କାଳୀ ସହସ୍ରନାମ ପାଠ କରନ୍ତୁ।
କୁମ୍ଭ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଦୂରଦେଶକୁ ଯାତ୍ରା କରିପାରନ୍ତି। ବୁଧବାର ଓ ଗୁରୁବାର ଅାୟ ବୃଦ୍ଧି ହେବ। ଶୁକ୍ରବାର ଓ ଶନିବାର ସାବଧାନତା ଲୋଡ଼ା। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ଭୁବନେଶ୍ବରୀଙ୍କ ମନ୍ତ୍ର ପାଠ କରନ୍ତୁ।
ମୀନ: ରବିବାର ଓ ସୋମବାର ଭାଗ୍ୟବାଦୀ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଶୁକ୍ରବାର ଓ ଶନିବାର ଆର୍ଥିକ ପ୍ରଗତି ସଂଘଟିତ ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ର ନାମ ପାଠ କରନ୍ତୁ।

Comments are closed.