ସାପ୍ତାହିକ ରାଶିଫଳ (୨୬.୧୨.୨୦୨୧-୦୧.୦୧.୨୦୨୨)

ମେଷ:​‌ ରବିବାର ଓ ସୋମବାର ଶତ୍ରୁଠାରୁ ଦୂରେଇ ରୁହନ୍ତୁ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସୁସମ୍ବାଦ ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ତର୍କବିତର୍କଠାରୁ ଦୂରେଇ ରୁହନ୍ତୁ। ସଫଳତା ପାଇବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ନୃସିଂହ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାର ଓ ସୋମବାର ଶାନ୍ତି ବିରାଜମାନ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ନୂତନ କାର୍ଯ୍ୟ କରିପାରନ୍ତି। ଶୁକ୍ରବାର ଓ ଶନିବାର ବୈବାହିକ ସମସ୍ୟା ଦୂରହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଓଁ ତତ୍‌ପୁରୁଷାୟ ବିଦ୍ମହେ ମହାଦେବାୟ ଧୀମହି ତନ୍ନୋରୁଦ୍ର ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ଅପବାଦର ଶିକାର ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପରିଶ୍ରମ ଅନୁସାରେ ଫଳପ୍ରାପ୍ତି ହେବ। ଶୁକ୍ରବାର ଓ ଶନିବାର ମାଲିମକଦ୍ଦମାରେ ବିଜୟୀ ହେବେ। ମହିଳା ଓ ବିଦ୍ୟାର୍ଥୀ ରୁୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶ ସହସ୍ର ନାମ ପାଠ କରନ୍ତୁ।
କର୍କଟ: ରବିବାର ଓ ସୋମବାର ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିଷ୍ଠା କ୍ଷୁଣ୍ଣ ହେବ। ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ଶୁକ୍ରବାର ଓ ଶନିବାର ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ଓ ସୋମବାର ବ୍ୟୟ ଅଧିକ ହେବ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ସଫଳତା ପାଇବେ। ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ଶୁକ୍ରବାର ଓ ଶନିବାର ଜଗିରଖି ଚଳିବେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ଶ୍ରୀଯୁକ୍ତ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସାବଧାନତା ଲୋଡ଼ା। ଆଘାତ ପ୍ରାପ୍ତ ହୋଇପାରନ୍ତି। ଶୁକ୍ରବାର ଓ ଶନିବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ମହିଳା ଓ ବିଦ୍ୟାର୍ଥୀ ଭ୍ରମଣପ୍ରିୟ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲଳିତା ସହସ୍ର ନାମ ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ଷଡ଼ଯନ୍ତ୍ରର ଶିକାର ହୋଇପାରନ୍ତି। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ନିଜର କର୍ତ୍ତବ୍ୟ ନିଷ୍ଠା ପାଇଁ ସମ୍ବର୍ଦ୍ଧିତ ହେବେ। ଶୁକ୍ରବାର ଓ ଶନିବାର ଜଗିରଖି ଚଳିବେ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ପ୍ରତିକୂଳ ରହିବ। ଶୁକ୍ରବାର ଓ ଶନିବାର ପିଲାମାନଙ୍କୁ ନେଇ ଗର୍ବ ଅନୁଭବ କରିବେ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ବୁଧବାର ଓ ଗୁରୁବାର ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ଶୁକ୍ରବାର ଓ ଶନିବାର ଶାରୀରିକ ଅସୁସ୍ଥତା ଦେଖାଦେଇପାରେ। ମହିଳା ଓ ବିଦ୍ୟାର୍ଥୀ ଚିନ୍ତାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ତାରାଙ୍କ କବଚ ପାଠ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ବୁଧବାର ଓ ଗୁରୁବାର କର୍ମକ୍ଷେତ୍ରରେ ପ୍ରଗତି ହେବ। ଶୁକ୍ରବାର ଓ ଶନିବାର ଯୋଜନା ଅନୁସାରେ କାର୍ଯ୍ୟ କରି ସଫଳତା ପାଇବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ କାଳୀ ସହସ୍ର ନାମ ପାଠ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ମାନସିକ ଅବସାଦ ଦେଖାଦେବ। ମଙ୍ଗଳବାର ଓ ବୁଧବାର ଆୟ ମଧ୍ୟମ ରହିବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କାର୍ଯ୍ୟରେ ପଦୋନ୍ନତି ମିଳିପାରେ। ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ।
ମୀନ: ରବିବାର ଓ ସୋମବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଯାତ୍ରାକାଳୀନ ସାବଧାନତା ଲୋଡ଼ା। ଶୁକ୍ରବାର ଓ ଶନିବାର ସାମାନ୍ୟ ଆହତ ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାସହସ୍ରନାମ ପାଠ କରନ୍ତୁ।

Comments are closed.