ସାପ୍ତାହିକ ରାଶିଫଳ (୧୮.୭.୨୧-୨୪.୭.୨୧)

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। କର୍ମପ୍ରବଣତା ଆପଣଙ୍କର ଭୂଷଣ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଜଗିରଖି ଚଳିବେ। ଶାରୀରିକ ଅସୁସ୍ଥତା ଦେଖାଦେବ। ଭାବିଚିନ୍ତି କାର୍ଯ୍ୟ କରିବା ଉଚିତ। ଶୁକ୍ରବାର ଓ ଶନିବାର ଦୂରଦୃଷ୍ଟି ସମ୍ପନ୍ନ ହେବେ। ପ୍ରତିଷ୍ଠା ପ୍ରାପ୍ତ ହେବ। ଆୟ ବୃଦ୍ଧି ଘଟିବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀସୁନ୍ଦରାକାଣ୍ଡ ପାଠ କରନ୍ତୁ।
ବୃଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମାନୁରାଗୀ ହେବେ। ଯଶ, ମାନ, ଗୌରବ ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପ୍ରାପ୍ତ ହୋଇପାରେ। ବୁଧବାର ଓ ଗୁରୁବାର ସୃଜନଶୀଳ ହେବେ। ଶୁକ୍ରବାର ଓ ଶନିବାର ଦୂରଯାତ୍ରା କରିବା ଉଚିତ୍‌ ନୁହେଁ। ମାନସିକ ଅବସାଦ ଦେଖାଇପାରେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ କବଚ ପାଠ କରନ୍ତୁ ଓ ଅନ୍ନଦାନ କରନ୍ତୁ।
ମିଥୁନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଭାଗ୍ୟବାଦୀ ହେବେ। ନିଜର କାର୍ଯ୍ୟ ଓ ବ୍ୟକ୍ତିତ୍ବ ଆପଣଙ୍କର ଭୂଷଣ ହେବ। ଲାଭବାନ ହେବେ। ବୁଧବାର ଓ ଗୁରୁବାର ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ଦୂରଯାତ୍ରା ସଫଳତା ପ୍ରଦାନ କରିବ। ଶୁକ୍ରବାର ଓ ଶନିବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ସନ୍ତାନ ହେତୁକ ସମସ୍ୟା ଦୂରୀଭୂତ ହେବ। ମହିଳା ଓ ବିଦ୍ୟାର୍ଥୀ ଆନନ୍ଦ ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲଳିତା କବଚ ପାଠ କରନ୍ତୁ।
କର୍କଟ: ରବିବାର ଓ ସୋମବାର ଜଗିରଖି ଚଳିବେ। କୌଣସି ବିବାଦମାନ ପରିସ୍ଥିତିରେ ଅଯଥା ହସ୍ତକ୍ଷେପ ଅସୁବିଧାର କାରଣ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମ ଅନୁରୂପ ଫଳପ୍ରାପ୍ତ ହେବ। ଯାତ୍ରା ସଫଳତା ପ୍ରଦାନ କରିବ। ଶୁକ୍ରବାର ଓ ଶନିବାର ମାନସିକ ଅବସାଦ ଦୂରୀଭୂତ ହେବ। ନୂତନ ନିଯୁକ୍ତି ମିଳିପାରେ। ପାରିବାରିକ ଶାନ୍ତି ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ଓ ସୋମବାର ପ୍ରେମରେ ସଫଳତା ଲାଭ ହେବ। ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତ କରିବେ। ଦାମ୍ପତ୍ୟରେ ଆନନ୍ଦ ପ୍ରାପ୍ତ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ବାକ୍‌ ସଂଯମତା ରକ୍ଷା କରିବା ଆବଶ୍ୟକ। ଶୁକ୍ରବାର ଓ ଶନିବାର ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ଆର୍ଥିକ ଅନିୟମିତତା ଦୂରୀଭୂତ ହେବ। ଦାନଶୀଳ ହେବେ। ମହିଳା ଓ ବିଦ୍ୟାର୍ଥୀମାନେ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ନୂତନ ନିଯୁକ୍ତି ମିଳିପାରେ। ଭ୍ରମଣପ୍ରିୟ ହେବେ। ବୁଧବାର ଓ ଗୁରୁବାର କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ ହେବ। ଶୁକ୍ରବାର ଓ ଶନିବାର ଯାନବାହାନ ଜନିତ ସମସ୍ୟା ଦେଖାଦେବ। ଶାରୀରିକ ଅସୁସ୍ଥତା ପ୍ରାପ୍ତ ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ନାରାୟଣ କବଚ ପାଠ କରନ୍ତୁ ଓ ଶୀତବସ୍ତ୍ର ଦାନ କରନ୍ତୁ।
ତୁଳା: ରବିବାର ଓ ସୋମବାର ଆନନ୍ଦଚିତ୍ତ ହେବେ। ନୂତନ ବନ୍ଧୁ ଲାଭ ହେବ। ସନ୍ତାନ ହେତୁକ ସମସ୍ୟା ଦୂରୀଭୂତ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଜମିବାଡ଼ି ଗଣ୍ଡଗୋଳର ଆପୋସ ଆଲୋଚନାରେ ସମାଧାନ ହେବ। ଶୁକ୍ରବାର ଓ ଶନିବାର ବୈବାହିକ ସମସ୍ୟା ଦୂରୀଭୂତ ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ ହେବ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ କନକଧାରା ସ୍ତୋତ୍ର ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର ମାଆଙ୍କର ସ୍ବାସ୍ଥ୍ୟକୁ ନେଇ ଚିନ୍ତା ପ୍ରକଟ ହେବ। ଶାରୀରିକ ସମସ୍ୟା ଦେଖାଦେଇପାରେ। ମଙ୍ଗଳବାର ଓ ବୁଧବାର କର୍ମ ଅନୁରୂପ ଫଳ ପ୍ରାପ୍ତ ହେବ। ସୌଖୀନ ଦ୍ରବ୍ୟ କିଣାକିଣି କରିପାରନ୍ତି। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରର ପରିସୀମା ବୃଦ୍ଧି ଘଟିବ। ପ୍ରଶଂସିତ ହେବେ। ସ୍ତ୍ରୀ ହେତୁକ ଧନଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀନୃସିଂହ କବଚ ପାଠ କରନ୍ତୁ।
ଧନୁ: ରବିବାର ଓ ସୋମବାର ପୈତୃକ ସମ୍ପତ୍ତି ଜନିତ ସମସ୍ୟା ଦୂରୀଭୂତ ହେବ। ଭାଇଙ୍କର ସହଯୋଗ ଲାଭ ହେବ। ଋଣମୁକ୍ତି ପାଇଁ ପ୍ରୟାସ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବେ। ଦ୍ରବ୍ୟ ଚୋରି ହୋଇପାରେ। ମାନସିକ ଅବସାଦ ସୃଷ୍ଟି ହୋଇପାରେ। ପାକସ୍ଥଳୀ ଜନିତ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ତାରା କବଚ ପାଠ କରନ୍ତୁ।
ମକର: ରବିବାର ଓ ସୋମବାର ଅଧିକ ଖର୍ଚ୍ଚାନ୍ତର ସମ୍ମୁଖୀନ ହେବେ। ମାନହାନି ଘଟିପାରେ। ଦୁର୍ଘଟଣା ଜନିତ ସମସ୍ୟା ଆପଣଙ୍କୁ ଭାରାକ୍ରାନ୍ତ କରିବ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ସମସ୍ୟା ସମାଧାନରେ ବ୍ରତୀ ହେବେ। ଶୁକ୍ରବାର ଓ ଶନିବାର ବନ୍ଧୁ ବି​‌େ​‌ଦ୍ବଷୀ ହେବେ। କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେଇପାରେ। ମହିଳା ଓ ବିଦ୍ୟାର୍ଥୀମାନେ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ମା’ ଦକ୍ଷିଣକାଳୀ କବଚ ପାଠ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ ହେବ। ବ୍ୟବସାୟ ଓ ବାଣିଜ୍ୟରେ ଲାଭବାନ ହେବେ। ଶ୍ରୀଯୁକ୍ତ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଅସୁବିଧାରେ ପଡ଼ିପାରନ୍ତି। ଶାରୀରିକ କଷ୍ଟ ଅନୁଭବ କରିବେ। ପିଲାଙ୍କୁ ନେଇ ସମସ୍ୟା ଦେଖାଦେବ। ଶୁକ୍ରବାର ଓ ଶନିବାର ଆୟ ବୃଦ୍ଧି ଘଟିବ। ନୂତନ ନିଯୁକ୍ତି ମିଳିପାରେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଶିବ ଆରାଧନା କରନ୍ତୁ।
ମୀନ: ରବିବାର ଓ ସୋମବାର ଆର୍ଥିକ ମାନ୍ଦାବସ୍ଥା ଲାଗିକି ରହିବ। ଶତ୍ରୁଠାରୁ ଦୂରେଇ ରହିବା ଭଲ। ଜମିବାଡ଼ି ଗଣ୍ଡଗୋଳ ଦେଖାଦେଇପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ବୈବାହିକ ସମସ୍ୟା ଦୂର ହେବ। ଶୁକ୍ରବାର ଓ ଶନିବାର କର୍ମକ୍ଷେତ୍ରରେ ଅସହଯୋଗ ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଦୁର୍ଗା ସପ୍ତସତୀ ପାଠ କରନ୍ତୁ।

Comments are closed.