ସାପ୍ତାହିକ ରାଶିଫଳ (୦୯.୦୧.୨୦୨୨ – ୧୫.୦୧.୨୦୨୨)

ମେଷ: ରବିବାର ଓ ସୋମବାର କ୍ୟାରିୟର ପ୍ରତି ଯତ୍ନଶୀଳ ହେବେ। ମଙ୍ଗଳବାର ଓ ବୁଧବାର ଅପମାନିତ ହେବେ। ଧନହାନି ହେବ। ଗୁରୁବାର ଓ ଶୁକ୍ରବାର ଦୂରଯାତ୍ରା କରିପାରନ୍ତି। ଶନିବାର ମଧ୍ୟମ ଫଳପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀସୁନ୍ଦରାକାଣ୍ଡ ପାଠ କରନ୍ତୁ।
ବୃଷ: ରବିବାର ଓ ସୋମବାର ସ୍ବାସ୍ଥ୍ୟ ହାନି ଘଟିପାରେ। ମଙ୍ଗଳବାର ଓ ବୁଧବାର ଶତ୍ରୁ ପରାସ୍ତ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମ୍ମାନହାନି ଘଟିପାରେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପ୍ରାପ୍ତ ହେବ। ରିଷ୍ଟଖଣ୍ଡନ ପାଇଁ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ମିଥୁନ: ରବିବାର ଓ ସୋମବାର କର୍ମପ୍ରବଣତା ଆପଣଙ୍କ ଭୂଷଣ ହେବ। ମଙ୍ଗଳବାର ଓ ବୁଧବାର ଆର୍ଥିକ ସମସ୍ୟା ଦେଖାଦେବ। ଗୁରୁବାର ଓ ଶୁକ୍ରବାର ପଦୋନ୍ନତି ମିଳିପାରେ। ଶନିବାର ସମ୍ବେଦନଶୀଳ ହେବେ। ମହିଳା ଓ ବିଦ୍ୟାର୍ଥୀ ଚିନ୍ତାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶିବସ୍ତୋତ୍ର ପାଠ କରନ୍ତୁ।
କର୍କଟ: ରବିବାର ଓ ସୋମବାର ଆୟ ବୃଦ୍ଧି ହେବ। ମଙ୍ଗଳବାର ଓ ବୁଧବାର ସୁସମ୍ବାଦ ମିଳିବ। ଶୁକ୍ରବାର ଓ ଶନିବାର ପାରିବାରିକ କଳହ ଦେଖାଦେବ। ଶନିବାର ସାମାଜିକ କାର୍ଯ୍ୟରେ ଯୋଗ ଦେବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଭୁବନେଶ୍ବରୀଙ୍କ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ଓ ସୋମବାର ଭାବିଚିନ୍ତି କାର୍ଯ୍ୟ କରିବେ। ମଙ୍ଗଳବାର ଓ ବୁଧବାର ଭ୍ରମଣପ୍ରିୟ ହେବେ। ଗୁରୁବାର ଓ ଶୁକ୍ରବାର ପ୍ରତିଯୋଗିତାରେ ବିଜୟୀ ହେବେ। ଶନିବାର ଶାରୀରିକ ଅସୁସ୍ଥତା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ଜଗିରଖି ଚଳିବେ। ମଙ୍ଗଳବାର ଓ ବୁଧବାର ମଧ୍ୟମଫଳ ପ୍ରାପ୍ତ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ବନ୍ଧୁଙ୍କ ସହଯୋଗ ମିଳିବ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଏକଦନ୍ତାୟ ବିଦ୍ମହେ ବକ୍ରତୁଣ୍ଡାୟ ଧୀମହି ତନ୍ନୋଦନ୍ତି ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ।
ତୁଳା: ରବିବାର ଓ ସୋମବାର ବିବାହ ପ୍ରସ୍ତାବ ଆସିପାରେ। ମଙ୍ଗଳବାର ଓ ବୁଧବାର ମାନସିକ ଅବସାଦ ଦେଖାଦେବ। ଗୁରୁବାର ଓ ଶୁକ୍ରବାର ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ଶନିବାର କାର୍ଯ୍ୟରେ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶିବ ସହସ୍ରନାମ ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର କାର୍ଯ୍ୟସିଦ୍ଧି କରିପାରନ୍ତି। ମଙ୍ଗଳବାର ଓ ବୁଧବାର ଯଶ, ମାନ, ଗୌରବର ଅଧିକାରୀ ହେବେ। ଗୁରୁବାର ଓ ଶୁକ୍ରବାର ବିପଦରେ ପଡ଼ିପାରନ୍ତି। ଶନିବାର ଚିଡ଼ିଚିଡ଼ା ସ୍ବଭାବ ପ୍ରକାଶ ପାଇବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶିବ ସହସ୍ର ନାମ ପାଠ କରନ୍ତୁ।
ଧନୁ: ରବିବାର ଓ ସୋମବାର କାର୍ଯ୍ୟସିଦ୍ଧି ହେବ। ମଙ୍ଗଳବାର ଓ ବୁଧବାର ଆୟ ବୃଦ୍ଧି ହେବ। ଗୁରୁବାର ଓ ଶୁକ୍ରବାର ସାମାଜିକ ପ୍ରତିଷ୍ଠା ଲାଭ କରିବେ। ଯଶ, ମାନ, ଗୌରବର ଅଧିକାରୀ ହେବେ। ଶନିବାର ଆଘାତ ଲାଗିପାରେ। ମହିଳା ଓ ବିଦ୍ୟାର୍ଥୀ କର୍ମତତ୍ପର ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ତାରାଙ୍କ କବଚ ପାଠ କରନ୍ତୁ।
ମକର: ରବିବାର ଓ ସୋମବାର ପ୍ରତିକୂଳ ପରିସ୍ଥିତି ଦେଖାଦେବ। ମଙ୍ଗଳବାର ଓ ବୁଧବାର ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ଗୁରୁବାର ଓ ଶୁକ୍ରବାର ପ୍ରଶଂସିତ ହେବେ। ଶନିବାର ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ରୁଦ୍ରାଷ୍ଟକ ପାଠ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ମଙ୍ଗଳବାର ଓ ବୁଧବାର ବିବାଦରେ ପଡ଼ିପାରନ୍ତି। ଗୁରୁବାର ଓ ଶୁକ୍ରବାର ବିଳମ୍ବରେ କାର୍ଯ୍ୟସିଦ୍ଧି ହେବ। ଶନିବାର ଶତ୍ରୁ ପରାସ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମୀନ: ରବିବାର ଓ ସୋମବାର ଆସ୍ଥାବାନ୍‌ ହେବେ। ମଙ୍ଗଳବାର ଓ ବୁଧବାର ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ଗୁରୁବାର ଓ ଶୁକ୍ରବାର ମା’ଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ହେବେ। ଶନିବାର ପାରିବାରିକ ଶାନ୍ତି ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ଲାଭବାନ୍‌ ହେବେ। ରିଷ୍ଟଖଣ୍ଡନ ପାଇଁ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।

Comments are closed.