ସାପ୍ତାହିକ ରାଶିଫଳ (୧୪-୨୦ ଅଗଷ୍ଟ ୨୦୨୨)

ମେଷ: ରବିବାର ଓ ସୋମବାର ଭ୍ରମଣପ୍ରିୟ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ବନ୍ଧୁଙ୍କ ସହଯୋଗ ପ୍ରାପ୍ତି। ଶୁକ୍ରବାର ଓ ଶନିବାର ପାରିବାରିକ ଆନନ୍ଦପ୍ରାପ୍ତ କରିବେ। ପରୋପକାରୀ ହେବେ। ମହିଳା ଓ ବିଦ୍ୟାର୍ଥୀ ଲାଭବାନ ହେବେ। ରି​ଷ୍ଟ ଖଣ୍ଡନ ପାଇଁ ଶ୍ରୀମହାଲକ୍ଷ୍ମୀଙ୍କ ମନ୍ତ୍ର ପାଠ କରନ୍ତୁ।
ବୃଷ: ରବିବାର ଓ ସୋମବାର ବିବାଦରେ ପଡ଼ିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଦେବଦର୍ଶନରେ ଆନନ୍ଦ ପାଇବେ। ଶୁକ୍ରବାର ଓ ଶନିବାର ମାଲିମକଦ୍ଦମାରେ ବିଜୟୀ ହେବେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ତର୍କବିତର୍କଠାରୁ ଦୂରେଇ ରୁହନ୍ତୁ। ଶୁକ୍ରବାର ଓ ଶନିବାର ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ କର୍ମଠ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ଲଂ ଲଳିତାଭ୍ୟାଂ ମନ୍ତ୍ର ଜପ କରନ୍ତୁ।
କର୍କଟ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ବୁଧବାର ଓ ଗୁରୁବାର ସୁସମ୍ବାଦ ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ଭାବିଚିନ୍ତି କାର୍ଯ୍ୟ କରନ୍ତୁ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରି​ଷ୍ଟ ଖଣ୍ଡନ ପାଇଁ ମା’ ଭୁବନେଶ୍ବରୀଙ୍କ କବଚ ପାଠ କରନ୍ତୁ।
ସିଂହ: ରବିବାର ଓ ସୋମବାର ଆନନ୍ଦରେ ସମୟ କଟିବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଶତ୍ରୁ ଉପରେ ବିଜୟଲାଭ କରିବେ। ଶୁକ୍ରବାର ଓ ଶନିବାର ନିଯୁକ୍ତି ପାଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ସୂର୍ଯ୍ୟାଷ୍ଟକ ପାଠ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ବନ୍ଧୁଙ୍କ ସହ ମତଭେଦ ଦେଖାଦେବ। ମଙ୍ଗଳବାର ଓ ବୁଧବାର ସୃଜନଶୀଳ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସ୍ତ୍ରୀଙ୍କ ସହଯୋଗ ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପାଇବେ। ରି​ଷ୍ଟ ଖଣ୍ଡନ ପାଇଁ ଶ୍ରୀଗଣେଶ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ।
ତୁଳା: ରବିବାର ଓ ସୋମବାର ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ମାନସିକ ଅବସାଦ ଦେଖାଦେବ। ଶୁକ୍ରବାର ଓ ଶନିବାର କାର୍ଯ୍ୟ କ୍ଷେତ୍ରରେ ବାଧାବିଘ୍ନ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରି​ଷ୍ଟ ଖଣ୍ଡନ ପାଇଁ ଶ୍ରୀସୂକ୍ତ ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର ପାରିବାରିକ ସମସ୍ୟା ଦେଖା ଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଅଟକିଥିବା କାର୍ଯ୍ୟ ସାମାନ୍ୟ ଚେଷ୍ଟାରେ ସମାପନ ହେବ। ଶୁକ୍ରବାର ଓ ଶନିବାର ବାକ୍‌ସଂଯମୀ ହୁଅନ୍ତୁ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରି​ଷ୍ଟ ଖଣ୍ଡନ ପାଇଁ ଶ୍ରୀସୁନ୍ଦରାକାଣ୍ଡ ପାଠ କରନ୍ତୁ।
ଧନୁ: ରବିବାର ଓ ସୋମବାର ଶ୍ରୀଯୁକ୍ତ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ବିପଦରେ ପଡ଼ିପାରନ୍ତି। ଶୁକ୍ରବାର ଓ ଶନିବାର ଦୂର ସ୍ଥାନକୁ ଯାତ୍ରା କରିବେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଦୁର୍ଗାଙ୍କ ସହସ୍ରନାମ ପାଠ କରନ୍ତୁ।
ମକର: ରବିବାର ଓ ସୋମବାର ଯାନବାହନଜନିତ ସମସ୍ୟା ଦେଖା ଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ନୂତନ ନିଯୁକ୍ତି ମିଳିପାରେ। ଶୁକ୍ରବାର ଓ ଶନିବାର ଶାରୀରିକ ଅସୁସ୍ଥତା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ପ୍ରତିକ୍ରିୟାଶୀଳ ହେବେ। ରି​ଷ୍ଟ ଖଣ୍ଡନ ପାଇଁ ଶ୍ରୀମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ସାମାଜିକ କାର୍ଯ୍ୟରେ ଯୋଗ ଦେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ମାନସିକ ଅବସାଦ ଦେଖାଦେବ। ଶୁକ୍ରବାର ଓ ଶନିବାର କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତ କରିବେ। ରି​ଷ୍ଟ ଖଣ୍ଡନ ପାଇଁ ଶ୍ରୀରୁଦ୍ରାଷ୍ଟକ ପାଠ କରନ୍ତୁ।
ମୀନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ନୂତନ କାର୍ଯ୍ୟରେ ଯୋଗଦେବେ। ବୁଧବାର ଓ ଗୁରୁବାର କାର୍ଯ୍ୟରେ ପଦୋନ୍ନତି ମିଳିପା​‌ରେ। ଶୁକ୍ରବାର ଓ ଶନିବାର ଶତ୍ରୁ ଦ୍ବାରା ପରାସ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ଆନନ୍ଦିତ ହେବେ। ରିଷ୍ଟ ଖଣ୍ଡନ ପାଇଁ ମା’ ତାରାଙ୍କ କବଚ ପାଠ କରନ୍ତୁ।

Comments are closed.