ସାପ୍ତାହିକ ରାଶିଫଳ (୨୬.୦୯.୨୦୨୧ – ୦୨.୧୦.୨୦୨୧)

ମେଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମସ୍ୟାଯୁକ୍ତ ହେବେ। ବୁଧବାର ଓ ଗୁରୁବାର କର୍ମଅନୁରୂପ ଫଳପ୍ରାପ୍ତ ହେବ। ଦୂରଯାତ୍ରା କରିପାରନ୍ତି। ଶୁକ୍ରବାର ଓ ଶନିବାର ଆର୍ଥିକ ଅନିୟମିତତା ଦୂରୀଭୂତ ହେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଓଁ ହଂ ପବନନନ୍ଦନାୟ ସ୍ବାହା ମନ୍ତ୍ର ଜପ କରନ୍ତୁ।

ବୃଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟଦକ୍ଷତା ବୃଦ୍ଧି ପାଇବ। ବୁଧବାର ଓ ଗୁରୁବାର ଅସୁବିଧାରେ ପଡ଼ିବେ। ଶୁକ୍ରବାର ଓ ଶନିବାର ଧାର୍ମିକ ଚେତନାରେ ଉଦ୍‌ବୁଦ୍ଧ ହେବେ। ମହିଳା ଓ ବିଦ୍ୟାର୍ଥୀମାନେ ସମସ୍ୟାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।

ମିଥୁନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ନିଜ କର୍ମ ପ୍ରତି ଅନୁରକ୍ତି ରଖନ୍ତୁ। ବୁଧବାର ଓ ଗୁରୁବାର ବ୍ୟବସାୟରେ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ଯାତ୍ରାଜନିତ କ୍ଳେଶ ଦେଖାଦେଇପାରେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଓଁ ଗଂ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ।

କର୍କଟ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମାଶ୍ରୟୀ ହେବେ। ବୁଧବାର ଓ ଗୁରୁବାର ସ୍ତ୍ରୀଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଶୁକ୍ରବାର ଓ ଶନିବାର ପ୍ରଗତିଶୀଳ ହେବେ। ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଓଁ ରାଂ ସୀତା ରାମାୟ ନମଃ ମନ୍ତ୍ର ଜପ କରନ୍ତୁ।

ସିଂହ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଜମିବାଡ଼ି ଗଣ୍ଡଗୋଳ ଦେଖାଦେଇପାରେ। ବୁଧବାର ଓ ଗୁରୁବାର ଭ୍ରମଣପ୍ରିୟ ହେବେ। କର୍ମଅନୁରୂପ ଫଳପ୍ରାପ୍ତ ହେବ। ଦୂରଯାତ୍ରା କରିପାରନ୍ତି। ଶୁକ୍ରବାର ଓ ଶନିବାର ସ୍ବାସ୍ଥ୍ୟଜନିତ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ।

କନ୍ୟା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ବୁଧବାର ଓ ଗୁରୁବାର ମେରୁଦଣ୍ଡ ଜନିତ ସମସ୍ୟା ଦେଖାଦେଇପାରେ। ଶୁକ୍ରବାର ଓ ଶନିବାର ସୌଖୀନ ଦ୍ରବ୍ୟ କିଣିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀବିଷ୍ଣୁସହସ୍ରନାମ ପାଠ କରନ୍ତୁ।

ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପରିଶ୍ରମ ଅନୁସାରେ କାର୍ଯ୍ୟ କରି ସଫଳତା ପାଇବେ। ବୁଧବାର ଓ ଗୁରୁବାର ଯୋଗାଯୋଗ କ୍ଷେତ୍ରରେ ସଫଳତା ପାଇବେ। ଶୁୁକ୍ରବାର ଓ ଶନିବାର ମାନସିକ ଅବସାଦ ହେଖାଦେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ରୁଦ୍ରାଷ୍ଟକ ପାଠ କରନ୍ତୁ।

ବିଛା: ରବିବାର ଓ ସୋମବାର ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସଫଳତା ପାଇବେ। ନୂତନ ନିଯୁକ୍ତି ପାଇପାରନ୍ତି। ଶୁକ୍ରବାର ଓ ଶନିବାର କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ଶାନ୍ତି ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।

ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଶତ୍ରୁଦ୍ବାରା ପରାସ୍ତ ହେବେ। ବୁଧବାର ଓ ଗୁରୁବାର ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ଶୁକ୍ରବାର ଓ ଶନିବାର କାର୍ଯ୍ୟରେ ପ୍ରତିଷ୍ଠା ପାଇବେ। ସୁସମ୍ବାଦ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ତାରେ ତୁତାରେ ତୁରେ ସ୍ବାହା ମନ୍ତ୍ର ଜପ କରନ୍ତୁ।

ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଦାମ୍ପତ୍ୟରେ ଆନନ୍ଦପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ଦୂରଯାତ୍ରା ସ୍ଥଗିତ ରହିବା ଭଲ। ଶୁକ୍ରବାର ଓ ଶନିବାର ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ କାଳୀଙ୍କର କବଚ ପାଠ କରନ୍ତୁ।

କୁମ୍ଭ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ମଧ୍ୟମ ସଫଳତା ପ୍ରଦାନ କରିବ। ବୁଧବାର ଓ ଗୁରୁବାର ବୈବାହିକ ସମସ୍ୟା ଦୂର ହେବ। ଶୁକ୍ରବାର ଓ ଶନିବାର ପଡ଼ୋଶୀଙ୍କ ସହିତ ମତଭେଦ ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀନାରାୟଣ କବଚ ପାଠ କରନ୍ତୁ।

ମୀନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଆୟବୃଦ୍ଧି ହେବ। ବୁଧବାର ଓ ଗୁରୁବାର ସଫଳତା ଲାଭ କରିବେ। ଯୋଗାଯୋଗ କ୍ଷେତ୍ରରେ ସଫଳତା ପାଇବେ। ଶୁକ୍ରବାର ଓ ଶନିବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।

Comments are closed.