ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା

0

ବାଲେଶ୍ୱର: ସ୍ତ୍ରୀକୁ ହତ୍ୟା କରିବା ପରେ ସ୍ୱାମୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଖନ୍ତାପଡା ଥାନା ଅନ୍ତର୍ଗତ ବରିପଦା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ୱାମୀ ପ୍ରଥମେ ନିଜ ସ୍ତ୍ରୀକୁ ପିଟି ପିଟି ହତ୍ୟା କରିଦେଇଥିଲା। ପରେ ନିଜେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିଲା। ହତ୍ୟା କରିବାର କାରଣ ସ୍ପଷ୍ଟ ହୋଇ ନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Leave A Reply