ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ଵ ଭିନ୍ନକ୍ଷମ ଦିବସ ପାଳିତ

ନବରଙ୍ଗପୁର : ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧକ୍ଷ ତଥା ଜିଲ୍ଲା ଜଜ ସଂଜୀବ ଦୁବେଙ୍କ ନିର୍ଦେଶ କ୍ରମେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଓ ଜିଲ୍ଲା ପ୍ରଶାସନ, ନବରଙ୍ଗପୁର ତରଫରୁ ମିଳିତ ଭାବେ କୋଷଗୁମୁଡା ବ୍ଲକ ସମ୍ମିଳନୀ କକ୍ଷ ଠାରେ ବିଶ୍ଵ ଭିନ୍ନକ୍ଷମ ଦିବସକୁ ନେଇ ଏକ ଆଇନ ସଚେତନା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ନବରଙ୍ଗପୁର ଜିଲ୍ଲାର ଭିନ୍ନକ୍ଷମ ବ୍ୟକ୍ତି ମାନେ ଭାଗ ନେଇଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ  ଅନ୍ନପୂର୍ଣ୍ଣା ନାୟକ, ଜିଲ୍ଲା ଆଇନ ସେବା ପ୍ରାଧିକରଣର ଦ୍ଵାରା ଦିବ୍ୟାଙ୍ଗ ମାନେ କିପରି ଉପକୃତ ହେବେ ସେ ନେଇ ବୁଝେଇଥିଲେ ଓ ଦିବ୍ୟାଙ୍ଗ ମାନଙ୍କ ପାଇଁ ସମ୍ବିଧାନରେ ଥିବା ବିଭିନ୍ନ ଆଇନ ବିଷୟ ନେଇ ସଚେତନ କରିଥିଲେ। ଅନ୍ୟାନ୍ୟ ଅତିଥି ରୂପେ  ସୁଧାଂଶୁ କୁମାର ପାତ୍ର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ନବରଙ୍ଗପୁର,  ସୁକାନ୍ତ ଚନ୍ଦ୍ର ଶତପଥୀ, ମେଡିକାଲ ଅଫିସର, ନବରଙ୍ଗପୁର ଓ   ନିତ୍ୟାନନ୍ଦ ସାହୁ ଭାଗ ନେଇଥିଲେ । ଶେଷରେ  ନିତ୍ୟାନନ୍ଦ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲାର ବିଭିନ୍ନ ଭିନ୍ନକ୍ଷମ ବ୍ୟକ୍ତି ମାନଙ୍କୁ ଭିନ୍ନକ୍ଷମ ପ୍ରମାଣ ପତ୍ର, ଟ୍ରାଇ ସାଇକେଲ ଓ ଶ୍ରବଣ ଉପକରଣ ପ୍ରଦାନ କରଯାଇଥିଲା । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଓ ଜିଲ୍ଲା ପ୍ରଶାସନ, ନବରଙ୍ଗପୁର ଦ୍ଵାରା ମିଳିତ ଭାବେ ପରିଚାଳନା କରାଯାଇଥିଲା ।

Comments are closed.