ଚଳିତ ବର୍ଷ ହେବ ନାହିଁ ଟ୍ବେଣ୍ଟି-୨୦ ବିଶ୍ୱକପ

ନୂଆଦିଲ୍ଲୀ : ଚଳିତ ବର୍ଷ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା ଟି-୨୦ ବିଶ୍ୱକପ ସମ୍ପର୍କରେ ଆଇସିସି ଏକ ବଡ଼ ନିଷ୍ପତ୍ତି ନେଇଛି। ଆଜି ଅନୁଷ୍ଠିତ ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ(ଆଇସିସି) ବୈଠକରେ ଏହି ଶୀର୍ଷ ଟୁର୍ଣ୍ଣାମେଣ୍ଟକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି। ଆଇସିସିର ନିଷ୍ପତ୍ତି ପରେ ଚଳିତବର୍ଷ ନଭେମ୍ବରରେ ଅଷ୍ଟ୍ରେଲିଆରେ ଆଉ ଏହି ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ ନାହିଁ।

ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ଅକ୍ଟୋବର ୧୮ ରୁ ନଭେମ୍ବର ୧୫ ମଧ୍ୟରେ ଅଷ୍ଟ୍ରେଲିଆରେ ଟି-୨୦ ବିଶ୍ୱକପ ଅନୁଷ୍ଠିତ ହେବାର ଥିଲା।

Comments
Loading...