କଥାକାର ରାମଚନ୍ଦ୍ର ବେହେରା ପାଇବେ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’

୧୫ ବୟୋଜ୍ୟେଷ୍ଠ ସାରସ୍ବତ ସାଧକ-ସାଧିକାଙ୍କୁ ମିଳିବ ସମ୍ବର୍ଦ୍ଧନ

ଭୁବନେଶ୍ବର: ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ସାରସ୍ବତ ସମ୍ମାନ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ପ୍ରଖ୍ୟାତ କଥାକାର ରାମଚନ୍ଦ୍ର ବେହେରାଙ୍କୁ ପ୍ରଦାନ କରାଯିବ। ଏହାସହିତ ୧୫ଜଣ ବରିଷ୍ଠ ସାହିତ୍ୟିକ ତଥା ବୟୋଜ୍ୟେଷ୍ଠ ସାଧକ ଓ ସାଧିକାଙ୍କୁ ସମ୍ବର୍ଦ୍ଧନା ଦିଆଯିବ ବୋଲି ଆଜି ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ସାରସ୍ବତ ସମ୍ମାନ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ଏବଂ ବୟୋଜ୍ୟୋଷ୍ଠ ସାଧକ-ସାଧିକାଙ୍କୁ ସମ୍ବର୍ଦ୍ଧନା ଘୋଷଣା କରାଯାଇଛି। ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ହରିହର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକାରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା। ୨୦୨୦ ମସିହା ନିମନ୍ତେ ମର୍ଯ୍ୟାଦାବନ୍ତ ସର୍ବୋଚ୍ଚ ସାରସ୍ବତ ସମ୍ମାନ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ପ୍ରଖ୍ୟାତ କଥାକାର ରାମଚନ୍ଦ୍ର ବେହେରାଙ୍କୁ ଏବଂ ୨୦୨୦ ମସିହା ପାଇଁ ୧୬ଜଣ ବୟୋଜ୍ୟେଷ୍ଠ ସାରସ୍ବତ ସାଧକ-ସାଧିକାଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଦେବେନ୍ଦ୍ର କୁମାର ଦାଶ, ଗିରିଜା ଶଙ୍କର ଶର୍ମା, ଅଶୋକ କୁମାର ପଟ୍ଟନାୟକ, ବାବାଜୀ ଚରଣ ପଟ୍ଟନାୟକ, ବାଇଧର ସାହୁ, ଜୀବନକୃଷ୍ଣ ମହାପାତ୍ର, ଦିଗରାଜ ବ୍ରହ୍ମା, ରୁଦ୍ରନାରାୟଣ ପୃଷ୍ଟି, ସୌଭାଗିନୀ ମିଶ୍ର, ସ୍ବରାଜ୍ୟଲକ୍ଷ୍ମୀ ମିଶ୍ର, କୃପାସିନ୍ଧୁ ନାୟକ, ନିର୍ମଳପ୍ରଭା ନାୟକ, ରାସେଶ୍ବରୀ ମିଶ୍ର, ରାଧାବିନୋଦ ନାୟକ ଏବଂ ମହେଶ୍ବର ମୂଳିଆଙ୍କୁ ୨୦୨୦ ମସିହା ପାଇଁ ବୟୋଜ୍ୟେଷ୍ଠ ସାରସ୍ବତ ସାଧକ-ସାଧିକାଙ୍କୁ ସମ୍ବର୍ଦ୍ଧନା ଦିଆଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି ବୋଲି ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.