ବଳଦେବଜୀଉ ମନ୍ଦିର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୨ କୋଟିର ଉପହାର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କେନ୍ଦ୍ରାପଡା ଗସ୍ତରେ ଯାଇ ଶ୍ରୀ ବଳଦେବଜୀଉଙ୍କ ଦର୍ଶନ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବଳଦେବଜୀଉ ମନ୍ଦିର ଓ ଏହାର ପାରିପାର୍ଶ୍ବିକ ଉନ୍ନତି ପାଇଁ ୨ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି।

ଠାକୁରଙ୍କ ଝୁଲଣ ମଣ୍ଡପର ପୁନରୁଦ୍ଧାର, ସାଆନ୍ତ ସାହିଠାରେ ଶ୍ରୀ ବଳଦେବଜୀଉ କଲ୍ୟାଣ ମଣ୍ଡପ ନିର୍ମାଣ, ମନ୍ଦିରର ଉତ୍ତର ପାର୍ଶ୍ୱରେ ପ୍ରାଚୀର ନିର୍ମାଣ, ବିବାହ ମଣ୍ଡପ ନିକଟରେ ଶୌଚାଳୟ ନିର୍ମାଣ, ଗଭୀର ନଳକୂପ ଓ ଓଭରହେଡ୍‍ ଟ୍ୟାଙ୍କ୍‍ ଜରିଆରେ ୨୪ ଘଣ୍ଟିଆ ଜଳଯୋଗାଣ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ଶ୍ରୀଜୀଉମାନେ ସ୍ନାନ ମଣ୍ଡପରେ ପୂଜା ପାଉଥିବା ବେଳେ ମୁଖ୍ୟମନ୍ତ୍ରୀ ଦର୍ଶନ କରିଥିଲେ।

Comments are closed.