ଆଉ ଏକ ଲଘୁଚାପ ସମ୍ଭାବନା: ଦକ୍ଷିଣ ଓଡ଼ିଶାର ୫ ଜିଲାକୁ ୟେଲୋ ୱାର୍ଣିଂ

ଭୁବନେଶ୍ୱର: ବଙ୍ଗୋପ ସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ଜିଲାରେ ବର୍ଷା ହେବାର ଆଶଙ୍କା ରହିଛି । ଏଥିନିମନ୍ତେ ୫ ଜିଲାକୁ ୟେଲୋ ୱାର୍ଣିଂ ଜାରି କରାଯାଇଛି ।

ସମ୍ଭାବ୍ୟ ଲଘୁଚାପ ବଳୟକୁ ଦୃଷ୍ଟିରେ ରଖି ୨୦ ତାରିଖରୁ ବର୍ଷାର ପରିମାଣ ବଢିପାରେ। ଏଥିପାଇଁ ୨୦ ତାରିଖରେ ଗଞ୍ଜାମ, ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିଲା। ୧୯ରୁ ୨୧ ତାରିଖ ପର୍ଯ୍ୟନ୍ତ ଏହି ତିନି ଦିନ ମତ୍ସ୍ୟଜୀବୀମାନଙ୍କୁ କେନ୍ଦ୍ରୀୟ ବଙ୍ଗୋପସାଗର ଭିତରକୁ ନ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Comments are closed.