୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ପ୍ରବାହ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ଜାରି ରହିଛି। ବରଗଡ ଜିଲ୍ଲାର ଝାରବନ୍ଧ, ଅତାବିରା, ପାଇକମାଳ ଆଦି ସ୍ଥାନରେ ୫ ସେମି ଲେଖାଁଏ ବର୍ଷା ରେକର୍ଡ କରାଯାଇଛି। ସେହିପରି ମାଲକାନଗିରି, ରାଇରଙ୍ଗପୁର, ବୀରମହାରାଜପୁର ଏବଂ କେସିଙ୍ଗାରେ ୪ ସେମି ଲେଖାଁଏ ବର୍ଷା ରେକର୍ଡ କରାଯାଇଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାଗୁଡ଼ିକୁୁ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତା ୨ଦିନ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ୧୭ରୁ ୧୮ ତାରିଖ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର , କଟକ, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.