ବନ୍ଦ ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଡେଣୁଆଁ ଗ୍ରାମର ମହାନ୍ତ ସାହିରେ ବନ୍ଦ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ନେତ୍ରାନନ୍ଦ ମହାନ୍ତଙ୍କ ପୁଅ ନିକୁଞ୍ଜ ବିହାରୀ ମହାନ୍ତ ବୋଲି ଜଣାପଡିଛି। ସେ ନିଜ ଶୋଇବା ଘର ଫ୍ୟାନରେ ଗାମୁଛାରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ତେବେ ସେ କେଉଁ ପରିସ୍ଥିତିରେ ଆତ୍ମହତ୍ୟା କଲେ ତାହା ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ତୁରୁମୁଙ୍ଗା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Comments are closed.