ତୈଳ ଦର ବୃଦ୍ଧି ପ୍ରତିବାଦରେ ଯୁବ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର : ଲଗାତର ୨୦ ଦିନ ଧରି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଓଡିଶା ପ୍ରଦେଶ ଯୁବ କଂଗ୍ରେସର ନବନିଯୁକ୍ତ ସଭାପତି ଡ. ସ୍ମୃତିରଂଜନ ଲେଙ୍କାଙ୍କ ନେତୃତ୍ୱରେ ମାଷ୍ଟର କ୍ୟାଣ୍ଟିନ ଛକଠାରେ ଏକ ବିକ୍ଷୋଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଦାୟୀ କରି ପ୍ରଦେଶ ଯୁବ କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପେଟ୍ରୋଲିୟମ୍‍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରିବା ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଥିଲେ। ଆଗାମୀ ଦିନରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଯଦି ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ନକରନ୍ତି ତେବେ​ ଯୁବ କଂଗ୍ରେସ ସମସ୍ତ ଜିଲ୍ଲାରେ ବିକ୍ଷୋଭ ପ୍ରଦର୍ଶନ କରିବ ବୋଲି ଚେତାବନୀ ଦେଇଛି।
ଆଜିର ଏହି କାର୍ଯ୍ୟକ୍ରମରେ ଯୁବ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ମହମ୍ମଦ ଅଲିମ୍‍, ଆର୍ଯ୍ୟବୀର ଲେଙ୍କା, ସ୍ୱାଗତ କର, ସଂକୁନା କହଁର, ରଂଜିତ୍‍ ପାତ୍ର, ନିହାର ରଂଜନ ବେହେରା, ପ୍ରେମଜିତ ମହାନ୍ତି, ନଳିନୀକାନ୍ତ ନାୟକ, ଜ୍ଞାନରଂଜନ ରାଉତ, ବିଶ୍ୱରଂଜନ ଦାସଙ୍କ ସମେତ ବହୁ ଯୁବ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ।

Comments are closed.