MEllora 950×100

ଜୀ ସାର୍ଥକ ଫିଲ୍ମସର ନୂଆ ସିନେମା ‘ପୋଲିସ୍ ବାବୁ’ ର ଅଡିଓ ରିଲିଜ୍

ଭୁବନେଶ୍ବର : ଜୀ-ସାର୍ଥକ ଫିଲ୍ମସର ନୂଆ ଚଳଚ୍ଚିତ୍ର “ପୋଲିସ ବାବୁ” ର ଅଡିଓ ରିଲିଜ୍ ଭୁବନେଶ୍ୱରର ଏକ ତାରକା ହୋଟେଲର ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଚଳଚ୍ଚିତ୍ରରେ ଥିବା ତିନୋଟି ଯାକ ଗୀତ ଶ୍ରୋତାଙ୍କ ମନକୁ ଛୁଇଁଲା ଭଳି ହୋଇଛି। ୧୧ ଡ଼ିସେମ୍ବର ରବିବାର ସନ୍ଧ୍ୟା ୬:୩୦ରେ ରିଲିଜ୍ ହେବାକୁ ଯାଉଛି ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ପୋଲିସ୍ ବାବୁ’ । ମନଛୁଆଁ ଗୀତ ସାଙ୍ଗକୁ ଜବରଦସ୍ତ ଡ୍ରାମା ଓ କମେଡିରେ ଭରପୂର ଏହି ଚଳଚ୍ଚିତ୍ରଟି ଦର୍ଶକଙ୍କୁ ଯଥେଷ୍ଟ ମନୋରଞ୍ଜନ ଦେବ ବୋଲି ‘ପୋଲିସ୍ ବାବୁ’ ଟିମ୍ ପକ୍ଷରୁ କୁହାଯାଇଛି । ଅଜୟ ରାଉତଙ୍କ ପ୍ରଯୋଜନା ଓ ଶୈଳେନ୍ଦ୍ର ପରିଡ଼ାଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ରର କାହାଣୀ ଲେଖିଛନ୍ତି ଡ. ରଜନୀ ରଞ୍ଜନ।
ଏଥିରେ ସୂର୍ଯ୍ୟ ମହାପାତ୍ର ଗୀତ ରଚନା କରିଛନ୍ତି ଏବଂ ଗୁଡ୍‌ଲି ରଥ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି । କଣ୍ଠଦାନ କରିଛନ୍ତି ଲିପ୍ସା, କୁଲଦୀପ, ଜ୍ୟୋତିର୍ମୟୀ ଓ ଶଶାଙ୍କ। ଚୁଲବୁଲି ନାୟିକା ସାୟଲ ଓ ହ୍ୟାଣ୍ଡସମ୍ ନାୟକ ଶୁଭାଶିଷ ଓରଫ ମଣ୍ଟୁ ଏଥିରେ ପ୍ରମୁଖ ଭୂମିକାରେ ଅଭିନୟ କରିଛନ୍ତି । ଜୀ- ସାର୍ଥକର ଅନେକ ସଫଳ ଚଳଚ୍ଚିତ୍ର ପରି ଏହି ଚଳଚ୍ଚିତ୍ରଟି ମଧ୍ୟ ଦର୍ଶକଙ୍କୁ ବିମୋହିତ କରିବ ବୋଲି ଜୀ-ସାର୍ଥକ ଚାନେଲ୍ ମୁଖ୍ୟ ଶ୍ରୀ ପ୍ରତୀକ ସିଲ୍ କହିଛନ୍ତି ।


ସବୁଠୁ ବଡ଼କଥା ହେଉଛି ଉଭୟ ଟେଲି ଧାରାବାହିକ ଓ ଚଳଚ୍ଚିତ୍ରରେ ଲୋକପ୍ରିୟ ହେଇଥିବା ମଣ୍ଟୁ ପ୍ରଥମ ଥର ପାଇଁ ପୋଲିସ ଭୂମିକାରେ ଦେଖିବାକୁ ମିଳିବେ ଏବଂ କମେଡି ମଧ୍ୟ କରିବେ। କିଛିଦିନ ପୂର୍ବରୁ ଜୀ ସାର୍ଥକ ଚ୍ୟାନେଲ୍ ‘ଏଇ ରାକ୍ଷୀ ତୋ ରକ୍ଷ୍ୟା କବଚ’,‘ପାରି କରିବେ ମୋ ଭୋଳାଶଙ୍କର’ ଓ ‘ଦିଦି ନମସ୍କାର’ ଭଳି ଚଳଚ୍ଚିତ୍ର ଭେଟି ଦେଇ ଦର୍ଶକଙ୍କ ପ୍ରିୟଭାଜନ ହୋଇଛି। ଏଥର ଶୁଭାଶିଷ ଓରଫ ମଣ୍ଟୁ ଏବଂ ସାୟଲ୍ ‘ପୋଲିସ୍ ବାବୁ’ ମାଧ୍ୟମରେ ପୁଣି ଦର୍ଶକଙ୍କ ମନ ଜିଣିବେ।

Comments are closed.